ଦେଶ ବିଦେଶ ମନୋରଞ୍ଜନ ରାଜ୍ୟ ସ୍ପେଶାଲ ରିପୋର୍ଟ

ବାପା ହେଲେ ବାବୁସାନ୍‌

ଭୁବନେଶ୍ବର: ଓଲିଉଡ୍‌ ଅଭ‌ିନେତା ବାବୁସାନ୍‌ ମହାନ୍ତି ଆଜି ବାପା ହୋଇଛନ୍ତି। ତାଙ୍କ ପତ୍ନୀ ତୃପ୍ତି ଆଜି ସନ୍ଧ୍ୟାରେ ପଟିଆସ୍ଥିତ ଏକ ଘରୋଇ ହସ୍ପିଟାଲରେ ଏକ ପୁତ୍ର ସନ୍ତାନ ଜନ୍ମ ଦେଇଛନ୍ତି। ଏହି ଖବର ପ୍ରଚାରିତ ହେବା ପରେ ସାମାଜିକ ଗଣମାଧ୍ୟମରେ ବାବୁସାନ୍‌ଙ୍କ ପରିବାରକୁ ଶୁଭେଚ୍ଛାର ସୁଅ ଛୁଟିଛି। ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତିଙ୍କୁ ତାଙ୍କ ପ୍ରଶଂସକମାନେ ଜେଜେ ହେଲେ ବୋଲି ଅଭିନନ୍ଦନ ଜଣାଇଥିବାବେଳେ ଅପରାଜିତା ପ୍ରିୟଦର୍ଶିନୀଙ୍କୁ ଜେଜେମା’ ବୋଲି ବହୁ ପ୍ରଶଂସକମାନେ ଶୁଭେଚ୍ଛା ଜଣାଇଛନ୍ତି। ତେବେ ବାବୁସାନ୍‌ଙ୍କ ପ୍ରଶଂସକମାନେ ଜୁନିଅର୍ ବାବୁସାନ୍‌ ବୋଲି ନବଜାତ ପୁତ୍ରକୁ ଆଶୀର୍ବାଦ କରିଛନ୍ତି। ସୂଚନାନୁସାରେ ଗତକାଲି ତୃପ୍ତିଙ୍କୁ ଉକ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଆଜି ଅସ୍ତ୍ରୋପଚାର କରାଯାଇଥିଲା। ଏବେ ମା ଓ ଶିଶୁ ସୁସ୍ଥ ଥିବା ଜଣାପଡ଼ିଛି।

NewsLaxmi7

About Author

You may also like

ମନୋରଞ୍ଜନ

ଦିଲୱାଲେ ଦୁହ୍ଲନିଆଁକୁ ପୂରିଲା ୨୫ ବର୍ଷ

ନୂଆଦିଲ୍ଲୀ : ଶାହରୁଖ୍ ଖାନ୍ ଓ କାଜଲଙ୍କ ଅଭିନୀତ ଫିଲ୍ମ ଦିଲ୍‌ୱାଲେ ଦୁହ୍ଲନିଆ ଲେ ଜାଏଙ୍ଗେକୁ ଆଜି ପୂରିଛି ୨୫ ବର୍ଷ । ୧୯୯୫ରେ ମୁକ୍ତିଲାଭ କରିଥିବା
ମନୋରଞ୍ଜନ

ରୋମାଟିଂକ୍ ଅନ୍ଦାଜ୍‌ରେ ବିରୁଷ୍କା

ନୂଆଦିଲ୍ଲୀ : ଭାରତୀୟ କ୍ରିକେଟ୍ ଟିମ୍‌ର କ୍ୟାପଟେନ୍ ବିରାଟ କୋହଲି ଆଜିକାଲି ଆଇପିଏଲ୍ ପାଇଁ ଦୁବାଇରେ ରହୁଛନ୍ତି । ସେଠାରେ ତାଙ୍କ ପତ୍ନୀ ତଥା, ବଲିଉଡ ଅଭିନେତ୍ରୀ