ରାଜ୍ୟ

ବାରମ୍ବାର ଦାବି ପରେ ବି ଶୁଣିଲେନି କେହି, ଶେଷରେ ଗେଟ୍‌ ଆଗରେ ଧାରଣା ଦେଲେ ଶ୍ରମିକ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
ଜଗତସିଂହପୁର ୦୬।୧୨ : ପାରାଦୀପ ସ୍ଥିତ ତୈଳ ବିଶୋଧନାଗାର ଆଗରେ ଶ୍ରମିକଙ୍କ ଗଣଧାରଣା । ବିଭିନ୍ନ ଦଫା ଦାବି ନେଇ କାର୍ଯ୍ୟରତ ଶ୍ରମିକ ମାନେ ଗଣଧାରଣା ଦେବା ସହ ଆନ୍ଦୋଳନକୁ ଓହ୍ଲାଇଛନ୍ତି । ଦାବି ପୂରଣ ନହେଲେ ଆନ୍ଦୋଳନ ଜୋରଦାର ହେବ ବୋଲି ଚେତାବନୀ ଦେଇଛନ୍ତି ।

ଖବର ଅନୁଯାୟୀ, ପାରାଦୀପ -ଏରସମା ଶିଳ୍ପାଞ୍ଚଳ ଶ୍ରମିକ ସଂଘ ଆନୁକୂଲ୍ୟରେ ୩ ହଜାରରୁ ଉର୍ଦ୍ଧ ଶ୍ରମିକ ଆଜିଠାରୁ କାମ ବନ୍ଦ କରି ଫାଟକ ଆଗରେ ଗଣ ଧାରଣା ଦେଇଛନ୍ତି । ଦୀର୍ଘ ବର୍ଷ ହେବ ସେମାନେ ଏଠାରେ କାର୍ଯ୍ୟ କରି ଆସୁଥିଲେ ମଧ୍ୟ ସେମାନଙ୍କୁ ଆଵଶ୍ୟକୀୟ ମଜୁରୀ ମିଳୁନାହିଁ । ଏଥି ସହିତ ଆହୁରି ଅନେକ ସମସ୍ୟା ଦେଇ ଶ୍ରମିକ ମାନେ ଗତି କରୁଛନ୍ତି । ଏ ବାବଦରେ ବିଭାଗୀୟ କତ୍ତୃପକ୍ଷଙ୍କୁ ବାରମ୍ବାର ଜଣାଇବା ପରେ ମଧ୍ୟ କୌଣସି ସୁଫଳ ନମିଳିବାରୁ ଶ୍ରମିକ ମାନେ ଶେଷରେ ଆନ୍ଦୋଳନକୁ ଓଲ୍ହାଇବାକୁ ବାଧ୍ୟ ହୋଇଛନ୍ତି । ତୁରନ୍ତ ଦାବି ପୂରଣ ନହେଲେ ଶ୍ରମିକ ମାନେ ସପରିବାରେ ଏହି ଆନ୍ଦୋଳନରେ ସାମିଲ ହେବେ ବୋଲି ଚେତାବନୀ ଦେଇଛନ୍ତି ।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।