ଅପରାଧ ରାଜ୍ୟ

ବାଲିଘାଟକୁ ନେଇ ଖଣ୍ଡାମାଡ଼ ! ଯୁବକ ଗୁରୁତର, ମେଡିକାଲରେ ଭର୍ତ୍ତି

ବାଲିପାଟଣା ୦୪।୦୭ : ଯୁବକଙ୍କୁ ଖଣ୍ଡା ଚୋଟ । ଗୁରୁତର ଅବସ୍ଥାରେ ଯୁବକଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ଗୁରୁତର ଯୁବକ ହେଉଛନ୍ତି ବାଲିପାଟଣା ଥାନା ଝିଣ୍ଟିଶାସନ ଗ୍ରାମର ସୁଧାକର ଜେନା ।

ଖବର ଅନୁଯାୟୀ, ସୋମବାର ସକାଳୁ ସୁଧାକର ରାଜସ ମଠସାହି ଠାରେ ଥିଲେ । ଠିକ୍‌ ଏହି ସମୟରେ ୪ ଜଣ ଯୁବକ ୨ଟି ବୁଲେଟ୍ ରେ ଆସି ସୁଧାକରଙ୍କ ମୁଣ୍ଡକୁ ଏକ ଖଣ୍ଡାରେ ଚୋଟ ମାରିଥିଲେ । ଖଣ୍ଡା ଚୋଟରେ ସୁଧାକରଙ୍କ ମୁଣ୍ଡରେ ଖଣ୍ଡା ଟି ରହିଯାଇଥିଲା । ଆକ୍ରମଣ କରି ଦୁର୍ବୃତ୍ତମାନେ ଘଟଣାସ୍ଥଳରୁ ଫେରାର୍ ହୋଇଯାଇଛନ୍ତି | ସେପଟେ ଗୁରୁତର ସୁଧାକରଙ୍କୁ ପ୍ରଥମେ ବାଳକାଟି ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ପରେ ତୁରନ୍ତ ତାଙ୍କୁ ଭୁବନେଶ୍ଵରର ଏକ ଘରୋଇ ହସ୍ପିଟାଲ୍‌ ଭର୍ତ୍ତି କରାଯାଇଛି । ବାଲିଘାଟକୁ କେନ୍ଦ୍ର କରି ଏହି ଘଟଣା ଘଟିଥିବା ଅନୁମାନ କରାଯାଉଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।