ଅପରାଧ ରାଜ୍ୟ

ବାଲେଶ୍ୱର ଉପଜିଲ୍ଲାପାଳଙ୍କୁ ପ୍ରାଣାନ୍ତକ ଆକ୍ରମଣ ଘଟଣାରେ ୨ ଅଭିଯୁକ୍ତ ଅଟକ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
ବାଲେଶ୍ଵର: ବେଆଇନ ବାଲିଘାଟରେ ଚଢ଼ଉ ସମୟରେ ବାଲେଶ୍ୱର ଉପଜିଲ୍ଲାପାଳ କୁନାଲ ମୋତିଲାଲ ଚାଭନଙ୍କ ସମେତ ତାଙ୍କ ଡ୍ରାଇଭରଙ୍କ ଉପରେ ଶୁକ୍ରବାର ହୋଇଥିବା ପ୍ରାଣାନ୍ତକ ଆକ୍ରମଣ ଘଟଣାରେ ପୁଲିସ ତତ୍ପରତା ଦେଖାଇଛି। ବାଲେଶ୍ବର ପୁଲିସ୍‌ ଆକ୍ରମଣ ଘଟଣାରେ ସାମିଲ ଥିବା ୨ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି । ଏହି ଘଟଣାରେ ଫେରାର ଅନ୍ୟ ଅଭିଯୁକ୍ତମାନଙ୍କୁ ତୁରନ୍ତ ଗିରଫ କରାଯିବ ବୋଲି ପୁଲିସ କହିଛି।

ସୂଚନାଯୋଗ୍ୟ, ବାଲେଶ୍ବର ଜିଲ୍ଲା ପ୍ରଶାସନ ପକ୍ଷରୁ ଶୁକ୍ରବାର ଫିଲାଡି କଣ୍ଟାବଣିଆ ନିକଟ ବୁଢାବଳଙ୍ଗ ନଦୀରେ ଏକ ବେଆଇନ ବାଲିଘାଟରେ ଚଢ଼ଉ କରିବାକୁ ଯାଇ ବାଲେଶ୍ଵର ଉପଜିଲ୍ଲାପାଳ କୁନାଲ ମୋତିରାମ ଚୌହାନ ଏବଂ ତାଙ୍କ ଡ୍ରାଇଭର ପ୍ରାଣାନ୍ତକ ଆକ୍ରମଣର ଶିକାର ହୋଇଥିଲେ। ଉପଜିଲ୍ଲାପାଳ ଦ୍ୱିପ୍ରହର ସମୟରେ ଏକ ଅବକାରୀ ଗାଡ଼ିରେ ଅତର୍କିତ ଚଢ଼ଉ ବେଳେ ପ୍ରାୟ ୧୦ରୁ ୧୨ ଜଣ ବାଲି ମାଫିଆ ଇଟା, ବେଲଚା ଆଉ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଥିଲେ। ଏହାପରେ ମାଫିଆମାନେ ଛତ୍ରଭଙ୍ଗ ଦେଇ ଫେରାର ହୋଇଥିଲେ।

ପ୍ରାଣାନ୍ତକ ଆକ୍ରମଣର ଶିକାର ହେଲା ପରେ ଉଭୟ ଉପଜିଲ୍ଲାପାଳ ଓ ଡ୍ରାଇଭରଙ୍କୁ ବାଲେଶ୍ଵର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ଘଟଣାସ୍ଥଳରୁ ପୁଲିସ୍ ଉପଜିଲ୍ଲାପାଳଙ୍କ ଗାଡ଼ି ଓ ଅବକାରୀ ଗାଡ଼ିକୁ ଉଦ୍ଧାର କରିଥିଲା । ବାଲେଶ୍ଵର ମୁଖ୍ୟ ଚିକିତ୍ସାଳୟରେ ବାଲେଶ୍ଵର ଏସ୍‌ପି ଓ ଜିଲ୍ଲାପାଳ ପହଞ୍ଚି ଉଭୟଙ୍କୁ ଦେଖାକରିବା ସହ ସ୍ଥିତିକୁ ଅନୁଧ୍ୟାନ କରିଥିଲେ। ଏହାସହ ଘଟଣାସ୍ଥଳରେ ଏକ ପୁଲିସ୍ ଟିମ୍ ପହଞ୍ଚି ଛାନ୍‌ଭିନ୍‌ ଆରମ୍ଭ କରିଛି। ଆକ୍ରମଣକାରୀଙ୍କୁ ଚିହ୍ନଟ କରି ଖିବ ଶୀଘ୍ର ଗିରଫ କରାଯିବ ବୋଲି ଏସ୍‌ପି ସାଗରିକା ନାଥ କହିଛନ୍ତି।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।