ରାଜ୍ୟ

ବାହାଘରରୁ ଫେରୁଥିଲେ: ବାଟରେ ଜଗିଥିଲା ଯମ, ଚାଲିଗଲା ୩ ଜଣଙ୍କ ଜୀବନ

ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲା ଉମରକୋଟ ବାସିନୀ ଛକରେ ଭାରସାମ୍ୟ ହରାଇ ଗଛକୁ ଏକ  କାର୍ ଧକ୍କା ଦେବା ଫଳରେ ଘଟଣାସ୍ଥଳରେ ତିନିଜଣଙ୍କପ୍ରାଣହାନି ଘଟିଛି। ଏହି ଦୁର୍ଘଟଣାରେ ଜଣେ ମହିଳା ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ କୋରାପୁଟ ଜିଲ୍ଲା ମୁଖ୍ୟ ଡାକ୍ତରଖାନାଙ୍କୁ ସ୍ଥାନାନ୍ତରିତ କରାଯାଇଥିବା ଜଣାପଡ଼ିଛି। ଉମରକୋଟ-ଝରିଗାଁ ମୁଖ୍ୟ ରାସ୍ତାର ବାସିନୀ ଛକରେ ଗତକାଲି ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଛି।

ମୃତକଙ୍କ ମଧ୍ୟରୁ ଦୁଇ ଜଣ ରାଇଘର ବ୍ଲକ ଅନ୍ତର୍ଗତ ଛତାବେଡ଼ା ଓ ସୋନପୁର ଗ୍ରାମର ହୋଇଥିବା ବେଳେ ଜଣେ ଝରିଗାଁ ବ୍ଲକ ଅନ୍ତର୍ଗତ ଅଞ୍ଚଳା ଗ୍ରାମର ବୋଲି ଜଣାପଡିଛି। ଏମାନେ ଏକ ବାହାଘରରେ ଯୋଗ ଦେଇ ଘରକୁ ଫେରୁଥିବା ବେଳେ ଏଭଳି ଦୁର୍ଘଟଣାର ଶିକାର ହୋଇଥିବା କୁହାଯାଉଛି।  ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।