ରାଜ୍ୟ

ବାହାନଗା ଟ୍ରେନ୍‌ ଦୁର୍ଘଟଣା: ଅମୀର ଖାନଙ୍କ ଉପସ୍ଥିତିରେ ଘରର ସିଲ ଖୋଲିଲା ସିବିଆଇ ଟିମ୍, କାଗଜପତ୍ର ଯାଞ୍ଚ ଜାରି

ବାଲେଶ୍ବର/ସୋର: ବାଲେଶ୍ବର ଜିଲ୍ଲା ‌ବାହାନଗାଠାରେ ଘଟିଥିବା ଦୁର୍ଘଟଣାକୁ ନେଇ ସିବିଆଇ ସ୍କାନରରେ ଅଛନ୍ତି ସିଗନାଲ୍ କନିଷ୍ଠ ଯନ୍ତ୍ରୀ ଅମୀର ଖାନ୍। ସିବିଆଇ ହେପାଜତରେ ଅଛନ୍ତି ଅମୀର। ଆଜି ସକାଳେ ତାଙ୍କ ଘରେ ପହଞ୍ଚି ସିବିଆଇ ଟିମ୍  ଅମୀର ଖାନଙ୍କ ଉପସ୍ଥିତିରେ ଘରର ସିଲ ଖୋଲିଛି। ଘର ଭିତରେ ପଶି ସିବିଆଇ ଟିମ୍ ତନାଘନା କରୁଛି। ସୋର ସ୍ଥିତ ଅମୀରଙ୍କ ଭଡ଼ା ଘରେ ବିଭିନ୍ନ କାଗଜପତ୍ର ଯାଞ୍ଚ ଚାଲିଛି।
ସୂଚନାଯୋଗ୍ୟ, ଗତକାଲି ୩ ଜଣିଆ ସିବିଆଇ ଟିମ ଗତକାଲି ସୋର ସ୍ଥିତ ଅମୀରଙ୍କ ଭଡ଼ା ଘରେ ଚଢ଼ାଉ କରିଥିଲେ। ତାଙ୍କ ପତ୍ନୀ ଘରେ ନଥିବାରୁ ସିବିଆଇ ଅପେକ୍ଷା କରି କରି ଗତକାଲି ସନ୍ଧ୍ୟାରେ ଘର ସିଲ କରିଥିଲା। ଟିମ୍ ସିଲ ପରେ ଫେରି ଆସିଥିଲା। ସୋର ଥାନାର ଦୁଇଜଣ ପୁଲିସ କର୍ମଚାରୀ ଘର ଜଗିଥିଲେ। ଯାହା ଜଣାପଡ଼ିଛି ଶ୍ରୀ ଖାନଙ୍କ ପତ୍ନୀ ପଶ୍ଚିମବଙ୍ଗସ୍ଥିତ ନିଜ ଘରକୁ ଯାଇଛନ୍ତି।

ଚଳିତମାସ ୨ ତାରିଖରେ ଘଟିଥିବା ଏହି ମର୍ମନ୍ତୁଦ ଘଟଣାର ତଦନ୍ତ ଭାର ନେବାପରଠୁ ସିବିଆଇ ଏହା ପଛର କାରଣ ଖୋଜୁଛି। ଏଯାଏ ଷ୍ଟେସନ୍‌ ମ୍ୟାନେଜରଙ୍କ ସହ ୧୨ ଜଣ ବିଭାଗୀୟ ଅଧିକାରୀ ଓ କର୍ମଚାରୀଙ୍କୁ ଏକାଧିକ ଥର ପଚରାଉଚରା କରିବା ସହ ବୟାନ୍‌ ରେକର୍ଡ କରିଛନ୍ତି ତଦନ୍ତକାରୀ ଟିମ୍‌। ଦୁର୍ଘଟଣା ମନୁଷ୍ୟକୃତ ନା ଯାନ୍ତ୍ରିକ ତ୍ରୁଟିଜନିତ; ତାହା ଜାଣିବା ପାଇଁ ବୈଷୟିକ ଅଧିକାରୀଙ୍କ ସହାୟତା ବି ଲୋଡ଼ାଯାଇଛି। ଷ୍ଟେସନ୍‌ର ପ୍ୟାନେଲ୍‌ ବୋର୍ଡ, ରିଲେ ରୁମ୍‌ ଓ ସିଗ୍‌ନାଲ୍‌ ରୁମ୍‌ ସିଲ୍‌ ହୋଇଥିବା ବେଳେ କିଛି ଯାନ୍ତ୍ରିକ ଉପକରଣ ମଧ୍ୟ ଜବତ ହୋଇଛି।

ଅନ୍ୟପକ୍ଷରେ, ଏହି ଦୁର୍ଘଟଣାକୁ ଦୁଇ ସପ୍ତାହ ବିତିଯାଇଥିଲେ ମଧ୍ୟ ଉକ୍ତ ରୁଟ୍‌ରେ ଟ୍ରେନ୍‌ ଚଳାଚଳ ସଂପୂର୍ଣ୍ଣ ସ୍ବାଭାବିକ ହୋଇପାରିନି। ହାତଗଣତି ଏକ୍ସପ୍ରେସ୍‌ ଟ୍ରେନ୍‌ ଚଳାଚଳ କରୁଥିବା ବେଳେ ଅନେକ ଏକ୍ସପ୍ରେସ୍‌ ଟ୍ରେନ୍‌ ବାତିଲ ଅଛି। ସେହିପରି, କିଛି ଟ୍ରେନ୍‌ର ଗତିପଥକୁ ବଦଳାଯାଇଛି। ଅନ୍ୟପଟେ ଦୁଇଟି ପାସେଞ୍ଜରକୁ ଛାଡ଼ିଦେଲେ ବାକି ସବୁ ପାସେଞ୍ଜର ବନ୍ଦ ରହିଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।