ରାଜ୍ୟ

ବାହାନଗା ଟ୍ରେନ ଦୁର୍ଘଟଣା: ମୃତକଙ୍କ ଚିହ୍ନଟ ପାଇଁ ଅନ୍ୟ ହସ୍ପିଟାଲ ନଯାଇ କେବଳ ଏମ୍ସ ଯିବାକୁ ସୂଚନା ଦେଲା ପୂର୍ବତଟ ରେଳପଥ

ବାଲେଶ୍ବର: ବାଲେଶ୍ବର ବାହାନଗା ରେଳ ଦୁର୍ଘଟଣାରେ ଉଦ୍ଧାର କାର୍ଯ୍ୟ ଅପରେସନ୍‌ ଏପର୍ଯ୍ୟନ୍ତ ଚାଲୁ ରହିଥିବା ବେଳେ ଏନେଇ ଏକ ଗୁରୁତ୍ବପୂର୍ଣ୍ଣ ସୂଚନା ରହିଛି। ବାହାନଗା ବଜାର ଟ୍ରେନ ଦୁର୍ଘଟଣାରେ ମୃତକ ମାନଙ୍କୁ ଚିହ୍ନଟ ପାଇଁ ଅନ୍ୟ ହସ୍ପିଟାଲ ନଯାଇ କେବଳ ଭୁବନେଶ୍ୱର ସ୍ଥିତ ଏମ୍ସ ହସ୍ପିଟାଲରେ ପହଞ୍ଚିବାକୁ ପୂର୍ବତଟ ରେଳପଥ ପକ୍ଷରୁ ସୂଚନା ଦିଆଯାଇଛି।

ବାହାନଗା ରେଳ ଦୁର୍ଘଟଣାରେ ପ୍ରାଣ ହରାଇ କ୍ୟାପିଟାଲ୍‌, ସମ୍‌, କିମ୍ସ, ହାଇଟେକ୍‌ ଓ ଆମ୍ରି ହସ୍ପିଟାଲ୍‌ରେ ଥିବା ୩୯ ମୃତଦେହକୁ ଗତକାଲି ଏମ୍ସ ସ୍ଥାନାନ୍ତର କରାଯାଇଛି। ଡାକ୍ତର, ହସ୍ପିଟାଲ୍‌ର ଅନ୍ୟାନ୍ୟ କର୍ମଚାରୀ ଏବଂ ଡାକ୍ତରୀ ଛାତ୍ରମାନେ ଅକ୍ଳାନ୍ତ ପରିଶ୍ରମ କରିଥିବା ବେଳେ ଏମ୍ସରେ ଏବେ ସୁଦ୍ଧା ସମୁଦାୟ ୧୬୨ଟି ମୃତଦେହ ପହଞ୍ଚିିଛି। ସେଥିମଧ୍ୟରୁ ୭୧ଟି ମୃତଦେହକୁ ସେମାନଙ୍କ ସଂପର୍କୀୟମାନଙ୍କୁ ପ୍ରଦାନ କରାଯାଇଛି। ତେବେ ମୃତକଙ୍କ ଚିହ୍ନଟ ପ୍ରକ୍ରିୟା ଏବେ ବି ଜାରି ରହିଛି।

ଉଲ୍ଲେଖଯୋଗ୍ୟ, ବାହାନଗା ଟ୍ରେନ୍ ଦୁର୍ଘଟଣାର ୪ ଦିନ ପରେ ଗତକାଲି ଟ୍ରାକ୍‌ରେ ଗଡ଼ିଛି କରମଣ୍ଡଳ ସୁପରଫାଷ୍ଟ ଏକ୍ସପ୍ରେସ୍‌। ମଙ୍ଗଳବାର ମଧ୍ୟାହ୍ନ ୧୨ଟା ୫ରେ ବାହାନଗା ଦେଇ କୋଲକାତା ଶାଲିମାର ଅଭିମୁଖେ ଯାଇଥିଲା ଚେନ୍ନାଇ ପଟୁ ଆସିଥିବା ଏହି ଦ୍ରୁତଗାମୀ ଟ୍ରେନ୍।

ଜୁନ୍ ୨ ତାରିଖ ସନ୍ଧ୍ୟାରେ କୋଲକାତାରୁ ଚେନ୍ନାଇ ଅଭିମୁଖେ ଯିବା ବେଳେ ବାହାନଗା ବଜାର ଷ୍ଟେସନ୍‌ଠାରେ ଅପ୍‌ଲାଇନ୍‌ରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା କରମଣ୍ଡଳ। ତା ପରଠାରୁ ଏହି ରୁଟ୍‌ରେ ଟ୍ରେନ୍ ଚଳାଚଳ ବନ୍ଦ ରହିଥିଲା। ସେପଟେ ଡାଉନ୍‌ ଲାଇନ୍‌ରେ ଚେନ୍ନାଇ ପଟୁ ଆସୁଥିବା କରମଣ୍ଡଳକୁ ଆନ୍ଧ୍ରପ୍ରଦେଶର ବିଜୟୱାଡାଠାରେ ୩ ଦିନ ଅଟକାଇ ଦିଆଯାଇଥିଲା। ସ୍ଥିତି ସ୍ବାଭାବିକ ହେବା ପରେ ଗତକାଲି ଏହି ଟ୍ରେନ୍ କୋଲାକାତାକୁ ଯାଇଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।