ନୟାଗଡ ୧୬।୧୨: ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଚାଲିଗଲା ଯୁବକଙ୍କ ଜୀବନ । ନୟାଗଡ ଜିଲ୍ଲା ଫତେଗଡ ଥାନା ଅଞ୍ଚଳରେ ଘଟିଛି ଏଭଳି ଅଘଟଣ ।

ସୂଚନାଯୋଗ୍ୟ ଯେ, ନୟାଗଡ ଜିଲ୍ଲା ଫତେଗଡ ଥାନା ଅଞ୍ଚଳରେ ୧୧ କେ.ଭି. ବିଦ୍ୟୁତ୍ ତାର ଚୋରୀ କରୁଥିବାବେଳେ ଅଘଟଣ । ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଚାଲିଗଲା ଯୁବକଙ୍କ ଜୀବନ । ମୃତକ ହେଲେ ବିଜୟ ପ୍ରଧାନ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି ।
