ଖେଳ ଦେଶ ବିଦେଶ

ବିବାଦ ଘେରରେ ପୂର୍ବତନ ଅଧିନାୟକ ବିରାଟ କୋହଲି : ରାଷ୍ଟ୍ରୀୟ ଗାନ ସମୟରେ ଚୋବାଇଲେ ଚୁଇଂଗମ୍

ନୂଆଦିଲ୍ଲୀ ୨୪।୦୧ : ପୂର୍ବତନ ଭାରତୀୟ ଅଧିନାୟକ ବିରାଟ କୋହଲି ପୁଣି ଥରେ ବିବାଦ ଘେରକୁ ଆସିଚନ୍ତି । ମ୍ୟାଚ୍‌ ଆରମ୍ଭ ହେବା ପୁର୍ବରୁ ଫସି ଯାଇଛନ୍ତି କୋହଲି । ଗତକାଲି ଅର୍ଥାତ୍‌ ରବିବାର ଦିନ ଦକ୍ଷିଣ ଆଫ୍ରିକା ବିରୋଧରେ ତୃତୀୟ ଓ ଶେଷ ଦିନିକିଆରେ ତାଙ୍କର ଏକ ଭୁଲ କାର୍ଯ୍ୟ ପାଇଁ ତାଙ୍କ ଫ୍ୟାନ୍ସମାନେ ରାଗି ଯାଇଛନ୍ତି । ତାଙ୍କର ଗୋଟିଏ ଭୁଲ ପାଇଁ ଲୋକମାନେ ବିସିସିଆଇଙ୍କୁ ବିରାଟଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ କରିବା ପାଇଁ ଦାବି କରିଛନ୍ତି ।
ତେବେ ବାସ୍ତବରେ କେପଟାଉନ୍ ରେ ମ୍ୟାଚ୍ ଆରମ୍ଭ ହେବା ପୂର୍ବରୁ ଜାତୀୟ ସଙ୍ଗୀତ ଗାନ କରାଯାଉଥିଲା । ଏହି ସମୟରେ ସମସ୍ତ ଖେଳାଳୀ ଠିଆ ହୋଇ ଜାତୀୟ ସଙ୍ଗୀତ ଗାନ କରୁଥିବା ବିରାଟଙ୍କର ଏହି ମୁହୁର୍ତ୍ତ କ୍ୟାମେରାରେ କଏଦ୍ ହୋଇଥିଲା । ଏହି ସମୟରେ ବିରାଟ କୋହଲି ସଙ୍ଗୀତ ଗାନ କରିବା ପରିବର୍ତ୍ତେ ଚୁଇଙ୍ଗମ୍ ଚୋବାଉଥିବା ନଜର ଆସିଥିଲେ । ବ୍ରଡକାଷ୍ଟ କ୍ୟାମେରାରେ ଅଲଗା ଅଲଗା ଏଙ୍ଗେଲ୍ରେ ଭିଡିଓକୁ କ୍ୟାପଚର କରାଯାଇଥିଲା । ଏହା ସହ ଦୁଇଟି ସଟ୍ ରେ ବିରାଟ ଚୁଇଙ୍ଗମ୍ ଚୋବାଉଥିବା ଦେଖିବାକୁ ମିଳିଥିଲେ ।

ତେବେ ବିରାଟଙ୍କ ଏହି ଅଭଦ୍ରାମି ଫ୍ୟାନ୍ସଙ୍କ ରାଗକୁ ଆହୁରି ବଢ଼ାଇ ଦେଇଛି । ସୋସିଆଲ ମିଡିଆରେ ବିରାଟଙ୍କର ଏହି କାର୍ଯ୍ୟକୁ ପସନ୍ଦ କରୁନଥିବ ବେଳେ ତାଙ୍କୁ ଜୋରଦାର୍ ଟ୍ରୋଲ୍ କରାଯାଉଛି । ବର୍ତ୍ତମାନ ବିରାଟଙ୍କର ଏହି ଭିଡିଓ ଏବେ ସୋସିଆଲ୍ ମିଡିଆରେ ଭାଇରାଲ୍ ହେବାରେ ଲାଗିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ