ଅପରାଧ ରାଜ୍ୟ

ବିଳମ୍ବିତ ରାତିରେ ଗଛରେ ପିଟି ହେଲା ବାଇକ୍, ଜଣେ ମୃତ, ଅନ୍ୟଜଣେ ଗୁରୁତର

ରଞ୍ଜିଆ, ୧୩/୦୫: ମୟୁରଭଞ୍ଜ କରଞ୍ଜିଆ ଥାନା ଅନ୍ତର୍ଗତ ନେଡୁଆପାଳ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଗତକାଲି ବିଳମ୍ବିତ ରାତିରେ ଗଛରେ ଏକ ବାଇକ ପିଟି ହୋଇଯିବା ଫଳରେ ଘଟଣା ସ୍ଥଳରେ ଜଣକର ମୃତ୍ୟୁ ହୋଇଥିବା ବେଳେ ଜଣଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ କରଞ୍ଜିଆ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ତେବେ ସ୍ୱାସ୍ଥ୍ୟ ଅବସ୍ଥା ଅଧିକ ବିଗିଡ଼ିବାରୁ ଗୁରୁତର ବ୍ୟକ୍ତିଙ୍କୁ କେନ୍ଦୁଝର ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି ।

ମୃତ ବ୍ୟକ୍ତି ଜଣକ କରଞ୍ଜିଆ ଥାନା ଅନ୍ତର୍ଗତ ଝଲକିଆଣି ଗାଁର ବିକାସ ନାଏକ ବୋଲି ଜଣା ପଡିଥିବା ବେଳେ ଗୁରୁତର ବ୍ୟକ୍ତି ଜଣକ ଘର ଝାଡ଼ଖଣ୍ଡ ରାଜ୍ୟର ମଝିଙ୍ଗା ଥାନା ଅନ୍ତର୍ଗତ କୁଳିପୋଷି ଗାଁର ଅବିନାଶ ନାଏକ ବୋଲି ଜଣାପଡ଼ିଛି। ଘଟଣା ସ୍ଥଳରେ କରଞ୍ଜିଆ ପୋଲିସ ପହଁଚି ତଦନ୍ତ ଚଳାଇଛି

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।