ରାଜ୍ୟ ସ୍ପେଶାଲ ରିପୋର୍ଟ

ବିଶିଷ୍ଟ ବାନ୍ଧଶିଳ୍ପୀ ଚତୁର୍ଭୁଜ ମେହେରଙ୍କ ଦ୍ଵାରା ତିଆରି ଶାଢ଼ି କିଣିଲେ ରାଷ୍ଟ୍ରପତି

ଭୁବନେଶ୍ବର: ରାଷ୍ଟ୍ରପତି ଦୌପ୍ରଦୀ ମୁର୍ମୁ ୩ ଦିନିଆ ଓଡ଼ିଶା ଗସ୍ତ ସମୟରେ ଗତକାଲି କେତେକ ଶାଢ଼ି କିଣିଛନ୍ତି। ରାଜଧାନୀର ମେହେର୍ସ ଶାଢ଼ି ସୋ ରୁମର ମ୍ୟାନେଜର କିଶୋର ମେହେର କାରିଗର ଚତୁର୍ଭୁଜ ମେହେରଙ୍କ ଦ୍ଵାରା ତିଆରି ଶାଢ଼ି ନେଇ ଗତକାଲି ରାତିରେ ରାଜଭବନ ଯାଇଥିଲେ। ସେ କୋଟପାଡ଼, ବୋମକାଈ, ସମ୍ବଲପୁରୀ, ଇକତ, ପଶାପଲି ଓ ପଟ୍ଟଚିତ୍ର ଆଦି ବିଭିନ୍ନ ପ୍ରକାରର ୩୫ ଖଣ୍ଡ ଶାଢ଼ି ନେଇ ଯାଇଥିଲେ। ରାଷ୍ଟ୍ରପତି ସେଥିମଧ୍ୟରୁ ନିଜ ମନପସନ୍ଦର ୬ ଖଣ୍ଡ ଶାଢ଼ି ଓ ୬ଟି ସୁଟ୍ ପିସ୍ କିଣିଥିଲେ। ସେ ପ୍ରାୟ ଦେଢ଼ରୁ ଦୁଇ ଲକ୍ଷ ଟଙ୍କାର ଶାଢ଼ି କିଣିଥିଲେ ବୋଲି ସୂଚନା ରହିଛି। ଏଥିଲାଗି ଆଗରୁ ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ମେହେର୍ସ ଶାଢ଼ି ସୋ ରୁମ ସହିତ ଯୋଗାଯୋଗ କରାଯାଇଥିଲା। ରାଜଭବନରେ ପ୍ରାୟ ୪୦ ମିନିଟ୍ ଯାଏ ଶାଢ଼ି କିଣା ଚାଲିଥିଲା।

ଏହା ପୂର୍ବରୁ ରାଜ୍ୟ ସରକାରରେ ମନ୍ତ୍ରୀ ଓ ଝାଡ଼ଖଣ୍ଡର ରାଜ୍ୟପାଳ ଥିବା ସମୟରେ ଶ୍ରୀମତୀ ମୁର୍ମୁ ଅନେକ ସମୟରେ ମେହେର୍ସ ଯାଇ ଶାଢ଼ି କିଣଛନ୍ତି। ଓଡ଼ିଆ ବୁଣାକାରଙ୍କ ହାତ ତିଆରି ଶାଢ଼ି ପିନ୍ଧିବାକୁ ଖୁବ୍ ଭଲ ପାଆନ୍ତି ରାଷ୍ଟ୍ରପତି। ସେ ଶାଢ଼ି ବ୍ୟତୀତ କିଛି ସମ୍ବଲପୁରୀ ସୁଟ ପିସ ମଧ୍ୟ ତାଙ୍କ ଝିଅ ପାଇଁ କିଣିଥିଲେ।

ଉଲ୍ଲେଖଯୋଗ୍ୟ, ଆଜି ହେଉଛି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତର ଶେଷ ଦିନ। ତମାଣ୍ଡୋରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବ୍ରହ୍ମକୁମାରୀ କେନ୍ଦ୍ରର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ବାଟିଆରେ ଡିଭାଇନ୍ ଲାଇଟ୍ ହାଉସର ଶିଳାନ୍ୟାସ କରିଛନ୍ତି। ସେଠାରେ ଆୟୋଜନ କରାଯାଇଥିବା ବୃକ୍ଷରୋପଣ କାର୍ଯ୍ୟକ୍ରମରେ ଯୋଗ ଦେଇ ଗଛ ଲଗାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହାପୂର୍ବରୁ ରାଜଭବନରେ ଆଦିମ ଜନଜାତି ସମୁଦାୟ ସଦସ୍ୟଙ୍କ ସହ ମତ ବିନିମୟ କରିଛନ୍ତି ସେ।

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତିନିଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ସେ ବାୟୁସେନାର ସ୍ବତନ୍ତ୍ର ବିମାନରେ ମଙ୍ଗଳବାର ସଂଧ୍ୟା ୬ଟା ୮ରେ ଭୁବନେଶ୍ବର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଥିଲେ। ବିମାନବନ୍ଦରରେ ପହଞ୍ଚିଲା ପରେ ତାଙ୍କୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ, ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ଓ ପୁଲିସ ମହାନିର୍ଦ୍ଦେଶକ ସୁନୀଲ ବଂଶଲ ପ୍ରମୁଖ ସ୍ବାଗତ ଜଣାଇଥିଲେ।

୨୬ତାରିଖରେ ରାଷ୍ଟ୍ରପତି କଟକରେ ଓଡ଼ିଶା ଉଚ୍ଚ ନ୍ୟାୟାଳୟର ୭୫ତମ ପ୍ରତିଷ୍ଠା ଦିବସର ପୂର୍ତ୍ତି ଉତ୍ସବ, ଜାତୀୟ ଆଇନ ବିଶ୍ବବିଦ୍ୟାଳୟର ସମାବର୍ତ୍ତନ ଉତ୍ସବ, ଶ୍ରୀରାମ ଚନ୍ଦ୍ର ଭଞ୍ଜ ଭେଷଜ ‌ମହାବିଦ୍ୟାଳୟ ଓ ହସ୍ପିଟାଲର ବାର୍ଷିକ ଉତ୍ସବରେ ଯୋଗଦେଇ ସଂଧ୍ୟାରେ ରାଜଭବନକୁ ଫେରିଥିଲେ। ଏହାପରେ ୨୭ତାରିଖରେ ଓଡ଼ିଶାର ଆପଦଗ୍ରସ୍ତ ଜନଜାତି ଗୋଷ୍ଠୀ (ପିଭିଟିଜି) ପ୍ରତିନିଧିଙ୍କ ସହ ସାକ୍ଷାତ ଆଲୋଚନା କରିବା ପରେ। ଭୁବନେଶ୍ବରର ତମାଣ୍ଡୋର ଦଶବାଟିଆଠାରେ ବ୍ରହ୍ମାକୁମାରୀ କେନ୍ଦ୍ର ଲାଇଟ୍ ହାଉସ୍‌ କମ୍ପ୍ଲେକ୍ସର ଶିଳାନ୍ୟାସ କରିଛନ୍ତି। ୨୭ତାରିଖ ସଂଧ୍ୟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।