ଖେଳ ଦେଶ ବିଦେଶ

ବିଶ୍ବକପ : ଟସ ଜିତି ପ୍ରଥମେ ବ୍ୟାଟିଂ କରୁଛି ବାଂଲାଦେଶ

ଆବୁଧାବି : ଆବୁଧାବିର ଶେଖ ଜାୟେଦ ଷ୍ଟାଡିୟମଠାରେ ଆଜି ଟି-୨୦ ବିଶ୍ବକପ ଗ୍ରୁପ-୧ର ଏକ ମ୍ୟାଚ ବାଂଲାଦେଶ ଓ ଇଂଲଣ୍ଡ ମଧ୍ୟରେ ଖେଳାଯାଉଛି । ଏହି ମ୍ୟାଚରେ ବାଂଲାଦେଶ ଟସ୍ ଜିତି ପ୍ରଥମେ ବ୍ୟାଟିଂ ଆରମ୍ଭ କରିଛି । ସର୍ବଶେଷ ସୂଚନା ଅନୁସାରେ ବାଂଲାଦେଶ ୪ ଓଭରରେେ ୧୮ ରନ କରି ୨ଟି ଓ୍ବିକେଟ ହରାଇଛି ।

ଏହି ବିଶ୍ବକପରେ ଏପର୍ଯ୍ୟନ୍ତ ଇଂଲଣ୍ଡ ଦଳ ଗୋଟିଏ ମ୍ୟାଚ ଜିତି ୨ ପଏଣ୍ଟ ପାଇଛି । ମାତ୍ର ବାଂଲାଦେଶ ଗୋଟିଏ ମ୍ୟାଚ ଖେଳି ସେଥିରେ ପରାଜିତ ହୋଇଛି । ଏଣୁ ଆଜି ମ୍ୟାଚକୁ ଜିତି ବାଂଲା ଦଳ ପଏଣ୍ଟ ଟେବୁଲରେ ନିଜର ଖାତା ଖୋଲିବାକୁ ଚେଷ୍ଟା କରିବ । ଆଜିର ମ୍ୟାଚ ପାଇଁ ଇଂଲଣ୍ଡ ନିଜ ଦଳରେ କୌଣସି ପରିବର୍ତ୍ତନ କରିନାହିଁ । ମାତ୍ର ବାଂଲା ଦଳରେ ଗୋଟିଏ ପରିବର୍ତ୍ତନ କରାଯାଇଛି । ସୈଫୁଦ୍ଦିନଙ୍କ ସ୍ଥାନରେ ସୋରିଫୁଲ ଇସଲାମଙ୍କୁ ଖେଳାଯାଉଛି ।

ଗତ କାଲି ଖେଳାଯାଇଥିବା ମ୍ୟାଚରେ ଦକ୍ଷିଣ ଆଫ୍ରିକା ଓ୍ବେଷ୍ଟ ଇଣ୍ଡିଜକୁ ଓ ପାକିସ୍ତାନ ନ୍ୟୁଜିଲାଣ୍ଡକୁ ପରାସ୍ତ କରିଥିଲା । ପାକିସ୍ତାନ ଲଗାତାର ୨ଟି ମ୍ୟାଚରେ ବିଜୟୀ ହୋଇ ୪ ପଏଣ୍ଟ ପାଇଛି । ସେହିପରି ଦକ୍ଷିଣ ଆଫ୍ରିକା ୨ ମ୍ୟାଚରୁ ଗୋଟିଏ ପରାଜୟ ଓ ଗୋଟିଏ ବିଜୟ ସହ ୨ ପଏଣ୍ଟ ପାଇଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ