ରାଜ୍ୟ

ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀର ଲୋଗୋ ଉନ୍ମୋଚନ: ‘ଭାଷା ହିଁ ଭବିଷ୍ୟତ’

ଭୁବନେଶ୍ବର: ଆସନ୍ତା ଫେବ୍ରୁଆରି ୩ରୁ ୫ତାରିଖ ପର୍ଯ୍ୟନ୍ତ ଆୟୋଜନ ହେବାକୁ ଯାଉଥିବା ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଲୋଗୋ ଉନ୍ମୋଚନ କରିଛନ୍ତି। ଏହାର ଟ୍ୟାଗ୍‌ଲାଇନ ରହିଛି ‘ଭାଷା ହିଁ ଭବିଷ୍ୟତ’। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଭାଷା ସମ୍ମିଳନୀର ବିପୁଳ ସଫଳତା କାମନା କରିବା ସହ କହିଛନ୍ତି ଯେ ବୁଦ୍ଧିଜୀବୀ, ଗବେଷକ, ବିଦ୍ୱାନ ଓ ଛାତ୍ରଛାତ୍ରୀଙ୍କ ମଧ୍ୟରେ ମତ ବିନିମୟ ପାଇଁ ଏହି ସମ୍ମିଳନୀ ଏକ ସୁନ୍ଦର ମଞ୍ଚ ଭାବେ କାର୍ଯ୍ୟ କରିବ ବୋଲି ମୁଁ ଆଶା କରୁଛି। ଆଧୁନିକ ଭାରତବର୍ଷରେ ଓଡ଼ିଶା ହେଉଛି ପ୍ରଥମ ଭାଷାଭିତ୍ତିକ ରାଜ୍ୟ।

ଓଡ଼ିଆ ଭାଷା ଅନ୍ୟତମ ଶାସ୍ତ୍ରୀୟ ଭଷାର ମାନ୍ୟତା ପାଇ ଆମ ମାଟି ଏବଂ ଭାଷାର ଗୌରବ ବୃଦ୍ଧି କରିଛି। ଓଡ଼ିଆ ଭାଷାର ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ ଉପରେ ବିସ୍ତୃତ ଆଲୋଚନା କରିବା ସହ ଏହାର ପ୍ରଚାର-ପ୍ରସାର ପାଇଁ ଲକ୍ଷ୍ୟ ନିର୍ଦ୍ଧାରଣ ନିମନ୍ତେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀର ଆୟୋଜନ କରାଯାଉଛି। ଏକ ସ୍ୱତନ୍ତ୍ର ଐତିହ୍ୟର ଶକ୍ତିଶାଳୀ ବାହକ ଭାବେ ଆମ ଭବିଷ୍ୟତ ପିଢ଼ିଙ୍କ ପାଖରେ କିପରି ଓଡ଼ିଆ ଭାଷାର ଆଦର ବଢ଼ିବ, ଆଧୁନିକ ଜ୍ଞାନକୌଶଳ ଜରିଆରେ ଆମ ଭାଷା କିପରି ଆଗକୁ ବଢ଼ିପାରିବ ସେ ସମ୍ପର୍କରେ ଏଥିରେ ବିଚାର- ବିମର୍ଶ କରି ଭବିଷ୍ୟତ କାର୍ଯ୍ୟପନ୍ଥା ନିର୍ଦ୍ଧାରଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।