ରାଜନୀତି ରାଜ୍ୟ

ବୀମା ରାଶି ପ୍ରଦାନ ପାଇଁ ନିର୍ଦ୍ଦେଶ ଦେଲେ କେନ୍ଦ୍ରମନ୍ତ୍ରୀ ତୋମାର

ଭୁବନେଶ୍ବର: ପଦ୍ମପୁର ଉପନିର୍ବାଚନ ରାଜ୍ୟ ରାଜନୀତିକୁ ସରଗରମ କରି ରଖିଥିଲା ବେଳେ ଏହା ସହ ଯୋଡ଼ି ହୋଇଯାଇଛି ଫସଲ ବୀମା ପ୍ରସଙ୍ଗ। କେନ୍ଦ୍ର କୃଷି ମନ୍ତ୍ରୀ ନରେନ୍ଦ୍ର ସିଂହ ତୋମାର ବରଗଡ଼ ଜିଲ୍ଲାର ଚାଷୀଙ୍କୁ ବକେୟା ପ୍ରଧାନମନ୍ତ୍ରୀ ଫସଲ ବୀମା ରାଶି ତୁରନ୍ତ ପ୍ରଦାନ କରିବା ପାଇଁ ବୀମା କମ୍ପାନିକୁ ନିର୍ଦ୍ଦେଶ ଦେଇଛନ୍ତି। କେନ୍ଦ୍ର ମନ୍ତ୍ରୀ ଏସମ୍ପର୍କରେ ନିଜେ ଟୁଇଟ୍ କରି ସୂଚନା ଦେଇଛନ୍ତି। ତୋମାର କହିଛନ୍ତି ଯେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ବରଗଡ଼ ଜିଲ୍ଲାର ଝାରବନ୍ଧ, ପଦ୍ମପୁର ଓ ପାଇକମାଳ ବ୍ଲକ୍‌ର ଚାଷୀଙ୍କ ଫସଲ ବୀମା ଦାବି ସମ୍ପର୍କରେ ଆଲୋଚନା ହୋଇଛି। ଚାଷୀଙ୍କୁ ବକେୟା ରାଶି ତୁରନ୍ତ ପ୍ରଦାନ କରିବାକୁ ବୀମା କମ୍ପାନି ଓ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

ଏହି ଟୁଇଟ୍‌ର ଜବାବ ଦେଇ ବିଜେଡି ସାଂସଦ ସସ୍ମିତ ପାତ୍ର କହିଛନ୍ତି, କେନ୍ଦ୍ର ମନ୍ତ୍ରୀଙ୍କ ଟୁଇଟ୍‌ରୁ ଗୋଟିଏ କଥା ସ୍ପଷ୍ଟ ହୋଇଯାଇଛି ଯେ ଏଯାଏ ଏହା କେନ୍ଦ୍ର ସରକାର ହିଁ ଦେଇ ନଥିଲେ। ତେଣୁ ଏବେ ଚାଷୀଙ୍କୁ ବୀମା ରାଶି ପ୍ରଦାନ କରିବାକୁ କେନ୍ଦ୍ର କୃଷି ମନ୍ତ୍ରୀ ବୀମା କମ୍ପାନିଗୁଡ଼ିକୁ ନିର୍ଦ୍ଦେଶ ଦେଉଛନ୍ତି। ଶ୍ରୀ ପାତ୍ର କହିଛନ୍ତି, ଚଳିତବର୍ଷ ଅଗଷ୍ଟ ୨୯ରେ ମୁଖ୍ୟମନ୍ତ୍ରୀ ଓଡ଼ିଶାର ଚାଷୀମାନଙ୍କୁ ପ୍ରଧାନମନ୍ତ୍ରୀ ଫସଲ ବୀମା ରାଶି ପ୍ରଦାନ କରିବାକୁ କେନ୍ଦ୍ର କୃଷିମନ୍ତ୍ରୀଙ୍କୁ ଚିଠି ଲେଖିଥିଲେ। ଆଉ ନଭେମ୍ବର ୭ରେ ବୈଷୟିକ ପରାମର୍ଶଦାତା କମିଟି ଏ ନେଇ ନିର୍ଦ୍ଦେଶନାମା ଜାରି କରିଥିଲେ। ଏହାର ଦୁଇ ଦିନ ପରେ ନଭେମ୍ବର ୯ ତାରିଖ ଦିନ କେନ୍ଦ୍ର କୃଷିମନ୍ତ୍ରୀଙ୍କୁ ରାଜ୍ୟ ସମବାୟ ମନ୍ତ୍ରୀ ସାକ୍ଷାତ କରି ତୁରନ୍ତ ରାଜ୍ୟର ବଞ୍ଚିତ ଚାଷୀଙ୍କୁ ପ୍ରଧାନମନ୍ତ୍ରୀ ଫସଲ ବୀମା ରାଶି ପ୍ରଦାନ କରିବାକୁ ଅନୁରୋଧ କରିଥିଲେ। କେନ୍ଦ୍ର କୃଷିମନ୍ତ୍ରୀ ଭଲ ଭାବେ ଜାଣିଛନ୍ତି ଯେ ଏହି ବୀମା ରାଶି ପ୍ରଦାନ ପାଇଁ କେନ୍ଦ୍ର ନିର୍ଦ୍ଦେଶ ଦେବା ପରେ ଏହା ପ୍ରଦାନ କରିବା ବୀମା କମ୍ପାନିଗୁଡ଼ିକର କାମ। ଏଥିରେ ରାଜ୍ୟ ସରକାରଙ୍କର କୌଣସି ଭୂମିକା ନାହିଁ ।

ଯଦି କେନ୍ଦ୍ର ସରକାର ପୂର୍ବରୁ ଏହି ନିଷ୍ପତ୍ତି ନେଇଥାନ୍ତେ, ତେବେ ବରଗଡ଼ ଜିଲ୍ଲା ଓ ପଦ୍ମପୁର ନିର୍ବାଚନମଣ୍ଡଳୀର ହଜାର ହଜାର ଚାଷୀଙ୍କୁ ଏତେ ଦିନ ଧରି ଦୁର୍ଦ୍ଦଶାରେ କାଳ କାଟିବାକୁ ପଡ଼ି ନଥା’ନ୍ତା। କେବଳ ପଦ୍ମପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ବକେୟା ପ୍ରଧାନମନ୍ତ୍ରୀ ଫସଲ ବୀମା ରାଶି ନୁହେଁ, କେନ୍ଦ୍ର କୃଷିମନ୍ତ୍ରୀ ଓଡ଼ିଶାର ଲକ୍ଷ ଲକ୍ଷ ଚାଷୀଙ୍କ ଫସଲ ବୀମା ରାଶି ପ୍ରଦାନର ବ୍ୟବସ୍ଥା କରନ୍ତୁ। କାରଣ ଦୀର୍ଘ ଦିନ ହେଲା ସେମାନେ ମଧ୍ୟ ଦୁର୍ଦ୍ଦଶା ଭୋଗୁଛନ୍ତି ବୋଲି ଶ୍ରୀ ପାତ୍ର କହିଛନ୍ତି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

ରାଜନୀତି ଲାଇଫ୍ ଷ୍ଟାଇଲ

ଭାରତରେ ୧୩.୮ କୋଟି ଲୋକଙ୍କର ସମୀପ ଦୃଷ୍ଟି ସମସ୍ୟା

ନୂଆଦିଲ୍ଲୀ: ଭାରତରେ ସାଧାରଣତଃ ଲୋକଙ୍କର ହାରାହାରି ଆୟୁ ବଢ଼ିବା ସହ ମଧୁମେହ ପୀଡ଼ିତଙ୍କ ସଂଖ୍ୟାରେ ଅସମ୍ଭବ ବୃଦ୍ଧି ଯୋଗୁଁ ତଦନୁସାରେ ଦୃଷ୍ଟିଶକ୍ତି ସମସ୍ୟା ମଧ୍ୟ ବଢ଼ିଚାଲିଛି। ଦୀର୍ଘ
କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର