ଖେଳ ଦେଶ ବିଦେଶ

ବୁଧବାର ଭାରତ-ଇଣ୍ଡିଜ ଦ୍ୱିତୀୟ ଦିନିକିଆ : ସିରିଜ୍ ବିଜୟ ଲକ୍ଷ୍ୟରେ ରୋହିତ ସେନା

ନୂଆଦିଲ୍ଲୀ ୦୮/୦୨: ବୁଧବାର ଭାରତ ଓ ଓ୍ୱେଷ୍ଟ ଇଣ୍ଡିଜ୍ ମଧ୍ୟରେ ଦିନିକିଆ ସିରିଜର ଦ୍ୱିତୀୟ ମୁକାବିଲା ଖେଳାଯିବ । ପ୍ରଥମ ମ୍ୟାଚ୍ ଜିତି ଭାରତ ୧-୦ରେ ଆଗୁଆ ରହିଛି । ଦଳ ଦ୍ୱିତୀୟ ଦିନିକିଆ ଜିତି ସିରିଜ୍ ବିଜୟ ଲକ୍ଷ୍ୟରେ ରହିବ । ସେହିପରି ଇଣ୍ଡିଜ ମଧ୍ୟ ମ୍ୟାଚ୍ ଜିତି ସିରିଜକୁ ଫେରିବା ପାଇଁ ପ୍ରୟାସ କରିବ ।

ପ୍ରଥମ ଦିନିକିଆ ଜିତିଥିଲା ଟିମ୍ ଇଣ୍ଡିଆ । ରୋହିତ ଶର୍ମାଙ୍କ ନେତୃତ୍ୱରେ ଭାରତ ୧୦୦୦ ତମ ମୁକାବିଲାରେ ଇଣ୍ଡିଜକୁ ୬ ଓ୍ୱିକେଟରେ ହରାଇଥିଲା । ରୋହିତ ଏହି ମ୍ୟାଚରେ ଜବରଦସ୍ତ ଅର୍ଦ୍ଧଶତକ ହାସଲ କରିଥିଲେ । ସେହିପରି ବୋଲରମାନେ ମଧ୍ୟ ଉନ୍ନତ ପ୍ରଦର୍ଶନ କରିଥିଲେ ।

ତେବେ ଦ୍ୱିତୀୟ ଦିନିକିଆରେ ଦଳରେ କୌଣସି ପରିବର୍ତ୍ତନ ହେବା ସମ୍ଭାବନା କମ୍ ରହିଛି । ଶିଖର ଧାଓ୍ୱନ କରୋନାରେ ସଂକ୍ରମିତ ହୋଇଥିବାରୁ ଇଷାନ କିଶନ ଓ ରୋହିତ ଶର୍ମା ଓପନିଂ ପାଇଁ ଓହ୍ଲାଇ ପାରନ୍ତି । ସେହିପରି ବୋଲିଂ ବିଭାଗରେ ଦଳ ସେତେଟା ପରିବର୍ତ୍ତନ କରିନପାରେ ।

ଦ୍ୱିତୀୟ ମୁକାବିଲା ଜିତି ସିରିଜକୁ ସମାନ ସ୍ତରକୁ ଆଣିବାକୁ ପ୍ରୟାସ କରିବ କାରବିୟାନ୍ ଟିମ୍ । ଦଳର ବ୍ୟାଟିଂ ଓ ବୋଲିଂ ଫେଲ୍ ମାରିଥିଲା । ଟପ୍ ଓ ମିଡିଲ୍ ଅର୍ଡର ବ୍ୟାଟସମ୍ୟାନ୍ ଫେଲ୍ ମାରିଥିଲେ । ଏହା ଉପରେ ଇଣ୍ଡିଜ୍ ଅଧିକ ଧ୍ୟାନ ଦେଇପାରେ । ଦଳରେ ସାମାନ୍ୟ ପରିବର୍ତ୍ତନ ହୋଇପାରେ ବୋଲି ଆଭାସ ମିଳୁଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ