ରାଜ୍ୟ

ବୁଲାଣିରେ ବାଇକ୍‌କୁ ପିଟିଲା ବସ୍‌ : ସ୍ତ୍ରୀ ମୃତ, ସ୍ୱାମୀ ଗୁରୁତର

ସୋନପୁର ୨୩।୧୧ : ସୋନପୁର ଜିଲ୍ଲା ୫୭ ନମ୍ବର ଜାତୀୟ ରାଜପଥ କଳାପଥର ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବାଇକ୍‌କୁ ପିଟିଲା ବସ୍‌ । ଏହି ଦୁର୍ଘଟଣାରେ ସ୍ତ୍ରୀଙ୍କ ମୃତ୍ୟୁ ହୋଇଥିବା ସ୍ୱାମୀ ଗୁରୁତର ହୋଇଛନ୍ତି । ଗୁରୁତର ଅବସ୍ଥାରେ ତାଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।

ଖବର ଅନୁଯାୟୀ, ସୋନପୁର ଜିଲ୍ଲା ଖୁଜେନପାଲିର ପୁଷ୍ପାଞ୍ଜଳୀ ବାଘ ଓ ସ୍ୱାମୀ ଗିରିଧାରୀ ବାଘ୍‌ଙ୍କ ସହ ଗତକେଲା ଶିବମନ୍ଦିରକୁ ଦର୍ଶନ କରିବାକୁ ବାଇକ୍‌ରେ ଯାଉଥିଲେ । କିନ୍ତୁ କଲାପଥର ରାସ୍ତରେ ଥିବା ବୁଲାଣି ନିକଟରେ ଘଟିଲା ଦୁର୍ଘଟଣା । ବଲାଙ୍ଗୀର ପଟୁ ଆସୁଥିବା ଏକ ଘରୋଇ ବସ୍‌ ବାଇକ୍‌ ଧକ୍କା ଦେଇଥିଲା । ଯାହାଫଳରେ ଉଭୟ ସ୍ୱାମୀ ଓ ସ୍ତ୍ରୀ ଗୁରୁତର ହୋଇଥିଲେ ।

ଅଗ୍ନିଶମ ବାହିନୀ ସେଠାରେ ପହଞ୍ଚି ସେମାନଙ୍କୁ ଉଦ୍ଧାର କରି ସୋନପୁର ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ହେଲେ ସେଠାରେ ଗୀତାଞ୍ଜଳିଙ୍କୁ ମୃତ୍ୟୁ ଘୋଷଣା କରିଥିଲେ ଡାକ୍ତର । ବାକି ସ୍ୱାମୀ ଗିରିଧାରୀ ବାଘ୍‌ ଏବେବି ଗୁରୁତର ଅଞ୍ଚନ୍ତି । ପୋଲିସ ବି ଘଟଣାର ଖୋଳତାଡ ଜାରି ରଖିଛି ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।