ଅପରାଧ ରାଜ୍ୟ ସ୍ପେଶାଲ ରିପୋର୍ଟ

ବେଆଇନ ଭାବେ ଚାଲିଥିଲା ବାଲି ଚାଲାଣ, ଗ୍ରାମବାସୀଙ୍କ ଦ୍ବାରା ୮ଟି ହାଇଓ୍ବା ଜବତ

କରଞ୍ଜିଆ ୨୯।୭: ବାରମ୍ବାର ଅଭିଯୋଗ ପରେ ବି ସ୍ଥାନୀୟ ପ୍ରଶାସନ କିମ୍ବା ଜିଲ୍ଲା ପ୍ରଶାସନ ପକ୍ଷରୁ କୌଣସି ପ୍ରକାର କାର୍ଯ୍ୟାନୁଷ୍ଠାନ ନହେବାରୁ ଆକ୍ସନ ମୋଡ଼ରେ ଗ୍ରାମବାସୀ । ବେଆଇନ ବାଲି ଚାଲାଣ ବେଳେ ଗ୍ରାମବାସୀଙ୍କ ଦ୍ଵାରା ୮ଟି ହାଇୱା ଗାଡି ଜବତ ହୋଇଛି ।

ସୂଚନାଯୋଗ୍ୟ ଯେ, ମୟୂରଭଞ୍ଜ ଜିଲ୍ଲା ରରୁଆଁ ବ୍ଲକ୍ ଅନ୍ତର୍ଗତ ଓଡିଶା ଓ ଝାଡଖଣ୍ଡ ସୀମାରେ ଥିବା କଙ୍ଗିରା ନଦୀର ଜବାସାହି ନିକଟରୁ ବେଆଇନ ଭାବେ ବାଲି ଚାଲାଣ ବେଳେ ଜବତ କରିଛନ୍ତି ଗ୍ରାମବାସୀ । ଦୀର୍ଘ ୨ ମାସରୁ ଅଧିକ ଦିନ ଧରି ବାଲି ଚୋରା ଚାଲାଣ ହେଉଥିବା ନେଇ ସ୍ଥାନୀୟ ପ୍ରଶାସନଠାରୁ ଆରମ୍ଭ କରି ଜିଲ୍ଲା ପ୍ରଶାସନ ପର୍ଯ୍ୟନ୍ତ ଅଭିଯୋଗ କରିଥିଲେ ବି କୌଣସି ଫଳ ପାଇନଥିଲେ ଗ୍ରାମବାସୀ । ଯାହା ଫଳରେ ବାଧ୍ୟ ହୋଇ ୫ଟି ଗ୍ରାମର ଗ୍ରାମବାସୀ ମିଶି ଗାଡିଗୁଡିକୁ ଜବତ କରି ପୋଲିସକୁ ହସ୍ତାନ୍ତର କରିଛନ୍ତି । ତେବେ ଘାଘରବେଡା ପୋଲିସ ପକ୍ଷରୁ ଏକ ମାମଲା ରୁଜୁ କରାଯାଇଛି । ୮ ଜଣ ଡ୍ରାଇଭରଙ୍କୁ ଅଟକ ରଖି ଅଧିକ ତଦନ୍ତ ଆରମ୍ଭ କରିଛି ପୋଲିସ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।