ଦେଶ ବିଦେଶ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ୫୫ ତମ ପ୍ରତିଷ୍ଠା ଦିବସ ପାଳିତ: ‘ସୋଆ’ ବିଶ୍ଵବିଦ୍ୟାଳୟର କୁଳପତି ପ୍ରଫେସର ଅଶୋକ ମହାପାତ୍ରଙ୍କୁ ସମ୍ମାନୀତ

ବ୍ରହ୍ମପୁର୨/୧: ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ୫୫ ତମ ପ୍ରତିଷ୍ଠା ଦିବସ ମହୋତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ପଦ୍ମବିଭୁଷଣ ଡକ୍ଟର ସୀତାକାନ୍ତ ମହାପାତ୍ର ଯୋଗ ଦେଇଥିଲେ। ଏହି ଅବସରରେ ଉଚ୍ଚଶିକ୍ଷା ଓ ବୈଷୟିକ ସଂପର୍କରେ ବକ୍ତବ୍ୟ ଦେଇଥିଲେ।

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ପ୍ରଫେସର ଗୋବିନ୍ଦ ଜେ ଚକ୍ରପାଣିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ଏହି ଉତ୍ସବରେ ଡଃ ସୀତାକାନ୍ତ ମହାପାତ୍ରଙ୍କୁ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ପୁରସ୍କାର ପ୍ରଦାନ କରାଯାଇଥିଲା। ପଦ୍ମଶ୍ରୀ ଶିଶିର ପୁରୁଷୋତ୍ତମ ମିଶ୍ର ଓ ଡଃ କମ୍ବୁପାଣି ସାମନ୍ତଙ୍କୁ ଅଙ୍ଗବସ୍ତ୍ର ପ୍ରଦାନ କରାଯାଇଥିଲା।

ଦକ୍ଷିଣ ଓଡିଶା ଲୋକ ସଂସ୍କୃତି ସମ୍ମାନରେ ବିଶିଷ୍ଟ ଦାସକାଠିଆ କଳାକାର ଉପେନ୍ଦ୍ର ପାଣିଗ୍ରାହୀ ଓ ଶିଙ୍ଘ କଳାକୃତି ଶିଳ୍ପୀ କୃର୍ଷ୍ଣ ଚନ୍ଦ୍ର ମହାରଣାଙ୍କୁ ସମ୍ମାନିତ କରାଯାଇଥିଲା। ସୋଆ ବିଶ୍ଵବିଦ୍ୟାଳୟର କୁଳପତି ପ୍ରଫେସର ଅଶୋକ ମହାପାତ୍ରଙ୍କୁ ଆଲୁମନି ସମ୍ମାନରେ ସମ୍ମାନୀତ କରାଯାଇଥିଲା। ଶେଷରେ ପ୍ରଫେସର ବି ବି ମହାପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ ।

NewsLaxmi7

About Author

You may also like

ଶିକ୍ଷା ଓ ନିଯୁକ୍ତି

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା, ରାଜ୍ୟ ସରକାରଙ୍କୁ ଜବାବ ତଲବ କଲେ ହାଇକୋର୍ଟ

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା ପ୍ରସଙ୍ଗରେ ହାଇକୋର୍ଟରେ ଶୁଣାଣି ହୋଇଛି । ଗଣଶିକ୍ଷା ବିଭାଗର ସ୍ପଷ୍ଟ ମତ ଲୋଡିଛନ୍ତି ହାଇକୋର୍ଟ । କେତେ ପ୍ରତିଶତ ଫି’କମାଯାଇପାରିବ
ଶିକ୍ଷା ଓ ନିଯୁକ୍ତି

ଷ୍ଟାର୍ସ ପ୍ରୋଜେକ୍ଟକୁ କେନ୍ଦ୍ରର ମଞ୍ଜୁରି, ଖର୍ଚ୍ଚ ହେବ 5718 କୋଟି ଟଙ୍କା

ଆରମ୍ଭ ହେବ ଷ୍ଟାର୍ସ ପ୍ରୋଜେକ୍ଟ। ଶିକ୍ଷା ମନ୍ତ୍ରାଳୟର ସ୍କୁଲ ଶିକ୍ଷା ଏବଂ ସାକ୍ଷରତା ବିଭାଗ ଅଧିନରେ କେନ୍ଦ୍ର ପ୍ରାୟୋଜିତ ନୂତନ ଯୋଜନାରେ ଏହାକୁ ଆରମ୍ଭ କରାଯିବ। 6ଟି