ଦେଶ ବିଦେଶ ରାଜ୍ୟ ଶିକ୍ଷା ଓ ନିଯୁକ୍ତି ସ୍ପେଶାଲ ରିପୋର୍ଟ

ଭଦ୍ରକ ସ୍ୱଂୟ ଶାସିତ ମହାବିଦ୍ୟାଳୟର ବିଭିନ୍ନ ଉନ୍ନତିକରଣ କାର୍ଯ୍ୟର ଶିଳାନ୍ୟାସ,୧୫କୋଟି ବ୍ୟୟରେ ନିର୍ମିତ ହେଉଛି ଅନେକ ପ୍ରକଳ୍ପ

ଭଦ୍ରକ ୦୯।୦୩ : ଭଦ୍ରକ ସ୍ୱୟଂ ଶାସିତ ମହାବିଦ୍ୟାଳୟର ବିଭିନ୍ନ ଉନ୍ନତିକରଣ କାର୍ଯ୍ୟ ପାଇଁ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ । ୧୫କୋଟି ବ୍ୟୟ ଅଟକଳରେ ବିଭିନ୍ନ ପ୍ରକଳ୍ପର ଶୁଭ ଉଦଘାଟନ ସହ ଭିତ୍ତିପ୍ରସ୍ଥର ସ୍ଥାପନ କରିଛନ୍ତି ଭଦ୍ରକ ସାଂସଦ ଓ ଭଦ୍ରକ ବିଧାୟକ ସଞ୍ଜୀବ ମଲ୍ଲିକ ।

ଭଦ୍ରକ ସ୍ବୟଂଶାସିତ ମହାବିଦ୍ୟାଳୟର ବିଭିନ୍ନ ଉନ୍ନତି ମୂଳକ କାର୍ଯ୍ୟର ଶିଳାନ୍ୟାସ ସହ ୨ଟି ଛାତ୍ରୀ ନିବାସର ଶୁଭ ଉଦ୍‌ଘାଟନ କରିଛନ୍ତି ସାଂସଦ ଏବଂ ଭଦ୍ରକ ବିଧାୟକ । ଚାରି ଶହ ଏବଂ ଏକ ଶହ ଶଯ୍ୟା ବିଶିଷ୍ଟ ୨ ଗୋଟି ଛାତ୍ରୀ ନିବାସର ଉଦଘାଟନ ହୋଇଛି । ଏଥିସହ ମହାବିଦ୍ୟାଳୟର ସମ୍ମୁଖ ଫାଟକର ଭିତ୍ତି ପ୍ରସ୍ଥର ସ୍ଥାପନ କରାଯାଇଛି । ସେହିପରି କଲେଜ ପଡିଆର ଉନ୍ନତିକରଣର କାମର ଭିତ୍ତି ପ୍ରସ୍ଥର ସ୍ଥାପନ କରାଯାଇଛି ।

ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ଅଧ୍ୟକ୍ଷଙ୍କ ସହ ସମସ୍ତ ଅଧ୍ୟାପକ , ଅଧ୍ୟାପିକା ଏବଂ ବହୁ ସଂଖ୍ୟାରେ ଛାତ୍ରଛାତ୍ରୀମାନେ ଯୋଗଦେଇଥିଲେ । ବିଧାୟକ ଓ ସାଂସଦଙ୍କ ଉନ୍ନତି ମୂଳକ କାର୍ଯ୍ୟକୁ ଛାତ୍ରଛାତ୍ରୀ ଓ ଅଭିଭାବକ ମହଲରୁ ପ୍ରଶଂସା କରାଯାଇଛି । ଭଦ୍ରକ କଲେଜକୁ କିଭଳି ସରସ ସୁନ୍ଦର କରାଯିବା ସହ ଏକକ ବିଶ୍ୱ ବିଦ୍ୟାଳୟ କିପରି ହେବ ସେଥିପାଇଁ ଆମେ ଦାବି ଉପସ୍ଥାପନ କରିବୁ ବୋଲି ଭଦ୍ରକ ବିଧାୟକ କହିଛନ୍ତି ।

NewsLaxmi7

About Author

You may also like

ଶିକ୍ଷା ଓ ନିଯୁକ୍ତି

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା, ରାଜ୍ୟ ସରକାରଙ୍କୁ ଜବାବ ତଲବ କଲେ ହାଇକୋର୍ଟ

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା ପ୍ରସଙ୍ଗରେ ହାଇକୋର୍ଟରେ ଶୁଣାଣି ହୋଇଛି । ଗଣଶିକ୍ଷା ବିଭାଗର ସ୍ପଷ୍ଟ ମତ ଲୋଡିଛନ୍ତି ହାଇକୋର୍ଟ । କେତେ ପ୍ରତିଶତ ଫି’କମାଯାଇପାରିବ
ଶିକ୍ଷା ଓ ନିଯୁକ୍ତି

ଷ୍ଟାର୍ସ ପ୍ରୋଜେକ୍ଟକୁ କେନ୍ଦ୍ରର ମଞ୍ଜୁରି, ଖର୍ଚ୍ଚ ହେବ 5718 କୋଟି ଟଙ୍କା

ଆରମ୍ଭ ହେବ ଷ୍ଟାର୍ସ ପ୍ରୋଜେକ୍ଟ। ଶିକ୍ଷା ମନ୍ତ୍ରାଳୟର ସ୍କୁଲ ଶିକ୍ଷା ଏବଂ ସାକ୍ଷରତା ବିଭାଗ ଅଧିନରେ କେନ୍ଦ୍ର ପ୍ରାୟୋଜିତ ନୂତନ ଯୋଜନାରେ ଏହାକୁ ଆରମ୍ଭ କରାଯିବ। 6ଟି