ଅପରାଧ ରାଜ୍ୟ

ଭଷାଣୀ ବେଳେ ଅଘଟଣ : ବାଣ ଫୁଟି ୪୦ ଆହତ, ସ୍ୱତନ୍ତ୍ର ଡାକ୍ତରୀ ଟିମ୍‌ଙ୍କ ଚିକିତ୍ସା ଜାରି

କଟକ ୨୪।୧୧: କେନ୍ଦ୍ରାପଡା ବାଲିଆ ବଜାରରେ କାର୍ତ୍ତିକେଶ୍ୱର ଭଷାଣୀ ସମୟରେ ଅଘଟଣ। ବାଣ ଫୁଟି ୪୦ରୁ ଅଧିକ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କ ମଧ୍ୟରୁ ୩୦ ଜଣଙ୍କୁ ଏସିବି ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି । ଅନେକଙ୍କ ଅବସ୍ଥା ଅତି ଗୁରୁତର ରହିଛି । ପ୍ରଥମେ ସମସ୍ତଙ୍କୁ କାଜୁଆଲଟିରେ ଆସୁ ଚିକିତ୍ସା ଯୋଗାଇବା ପରେ ଯାହାର ଆଇସିୟୁ , ସେଣ୍ଟ୍ରାଲ ଆଇସିୟୁ ଆବଶ୍ୟକ ସେମାନଙ୍କୁ ପଠେଇ ଦିଆଯାଇଛି।

ସେପଟେ ମେଡିକାଲର ଏକ ସ୍ଵତନ୍ତ୍ର ଡାକ୍ତରୀ ଦଳ ସମସ୍ତଙ୍କ ଚିକିତ୍ସା କରୁଛନ୍ତି। ବର୍ତ୍ତମାନ ସମୟରେ ଏସିବି ଚିକିତ୍ସା ପାଇଁ ସମ୍ପୁର୍ଣ ପ୍ରସ୍ତୁତ ଥିବା କହିଛନ୍ତି ଏସିବି ପ୍ରଶାସନିକ ଅଧିକାରୀ। ଅନ୍ୟପଟେ ଏହି ଅଘଟଣରେ ପୀଡିତଙ୍କୁ ଭେଟିଛନ୍ତି କେନ୍ଦ୍ରାପଡା ସ୍ଥାନୀୟ ବିଧାୟକ ଶଶୀଭୂଷଣ ବେହେରା। ଚିକିତ୍ସା ଦିଗ ପଚାରିବୁଝିବା ସହ ସମସ୍ତଙ୍କ ଆଶୁଆରୋଗ୍ୟ କାମନା କରିଛନ୍ତି। ଆହତ ୩୦ ଜଣଙ୍କ ମଧ୍ୟରୁ ୫ ଶିଶୁ ରହିଛନ୍ତି। ମେଡିକାଲର ପ୍ଲାଷ୍ଟିକ ସର୍ଜରି ବିଭାଗ ପହଁଚି ସମସ୍ତଙ୍କ ଚିକିତ୍ସା ଆରମ୍ଭ କରିଛନ୍ତି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।