ଦେଶ ବିଦେଶ

ଭାଙ୍ଗିଗଲା ନିର୍ମାଣାଧିନ ପୋଲ, ଜଣେ ମୃତ; ଅନେକ ହସ୍ପିଟାଲ୍‌ରେ ଭର୍ତ୍ତି

ପାଟ୍‌ନା: ବିହାରର ସୁପୌଲରେ ଏକ ନିର୍ମାଣାଧୀନ ବ୍ରିଜ ଭୁଶୁଡ଼ିବା ପରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଏହାସହ ଅନେକ ଶ୍ରମିକ ଫସି ରହିଥିବା ରିପୋର୍ଟରୁ ପ୍ରକାଶ ପାଇଛି। କୋସି ନଦୀ ଉପରେ ନିର୍ମିତ ଏକ ନିର୍ମାଣାଧୀନ ପୋଲର ଏକ ସ୍ଲାବ ଭୁଶୁଡ଼ିବା ପରେ ଏହି ଘଟଣା ଘଟିଛି। ପରେ ଜିଲ୍ଲା ଅଧିକାରୀ ଜଣଙ୍କର ମୃତ୍ୟୁ ଏବଂ ଅନ୍ୟ କେତେଜଣ ଆହତ ହୋଇଥିବା ଜଣାପଡ଼ିଛି। ଆହତମାନଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଭୁଶୁଡ଼ିବା ପରେ ସ୍ଥାନୀୟ କର୍ତ୍ତୃପକ୍ଷ ଜରୁରୀକାଳୀନ ଉଦ୍ଧାର କାର୍ଯ୍ୟକୁ ତ୍ୱରାନ୍ୱିତ କରିଛନ୍ତି।

ମିଳିଥିବା ସୂଚନା ଅନୁସାରେ, ପୋଲର ୫୦, ୫୧ ଓ ୫୨ଟି ସ୍ତମ୍ଭର ଘାଟି ଭୁଶୁଡ଼ି ପଡ଼ିଛି। ପୋଲ ତଳେ ୨୦ରୁ ଅଧିକ ଲୋକ ଫସି ରହିଥିବା ସ୍ଥାନୀୟ ଲୋକେ କହିଛନ୍ତି। ସୁପୌଲର ବକୌରରୁ ମଧୁବନୀର ଭେଜା ଘାଟ ମଧ୍ୟରେ ନିର୍ମାଣ ହେଉଛି ଭାରତର ସବୁଠାରୁ ଲମ୍ବା ସଡ଼କ ସେତୁ । ୨୦୨୩ ଅଗଷ୍ଟ ସୁଦ୍ଧା ଏହି ସେତୁ ନିର୍ମାଣ କାର୍ୟ୍ୟ ଶେଷ ହେବାର ଥିଲା, ଯାହା ଏବେ ୨୦୨୪ ଶେଷ ସୁଦ୍ଧା ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି। ବର୍ତ୍ତମାନ ସୁଦ୍ଧା ୫୬ ପ୍ରତିଶତ ସେତୁ କାମ ଶେଷ ହୋଇଛି। ଏଥିରେ ମୋଟ ୧୭୧ଟି ସ୍ତମ୍ଭ ଥିବା ବେଳେ ସେଥିରୁ ୧୬୬ରୁ ଅଧିକ ସ୍ତମ୍ଭ ପ୍ରସ୍ତୁତ ହୋଇସାରିଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ