ରାଜ୍ୟ

ଭାରସାମ୍ୟ ହରାଇ ଓଲଟିଲା ଅଟୋ, ତିନି ଗୁରୁତର

ଧର୍ମଗଡ଼ ୧୪।୧୧ : ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଏହି ଦୁର୍ଘଟଣାରେ ତିନି ଜଣ ଗୁରୁତର ହୋଇଛନ୍ତି । ସମସ୍ତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।

ଖବର ଅନୁଯାୟୀ, କଳାହାଣ୍ଡି ଜିଲ୍ଲା କୋକସରା ଥାନା ଚୋର ନିଦୁଆର ଗାଁରୁ ଧନଶୂଳିକୁ ଅଟୋରେ କିଛି ଯାତ୍ରୀ ଯାଉଥିଲେ । ଏହି ସମୟରେ ଅଟୋଟି କୁସୁମଖୁଣ୍ଟି ନିକଟରେ ଥିବା ବୁଲାଣିରେ ଭାରସାମ୍ୟ ହରାଇ ଓଲଟି ପଡିଥିଲା । ଯାହାଫଳରେ ଅଟୋରେ ଥିବା ତିନି ଜଣ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି କୋକସରା ମେଡିକାଲରେ ଭର୍ତ୍ତି କରାଯାଇଛି । ସେଠାରେ ଚିକିତ୍ସା ଜାରି ରହିଛି । କୋକସରା ପୋଲିସ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।