ଅପରାଧ ରାଜ୍ୟ

ଭାରସାମ୍ୟ ହରାଇ ବ୍ରିଜ୍‌ ତଳକୁ ଖସିଲା କାର୍‌, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

ସାନଖେମୁଣ୍ଡି ୧୪।୦୫ : ଦ୍ରୁତ ଗତି ହେଲା ମହାବିପତ୍ତି । ଭାରସାମ୍ୟ ହରାଇ ବ୍ରିଜ୍‌ ତଳକୁ ଓଲଟିଲା କାର୍‌ ।ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି-ବ୍ରହ୍ମପୁର ମୁଖ୍ୟ ରାସ୍ତାର ଡେଙ୍ଗାପଦର ନିକଟରେ ଘଟିଛି ଦୁର୍ଘଟଣା ।

ଖବର ଅନୁଯାୟୀ, କାର୍‌ଟି ଦିଗପହଣ୍ଡିରୁ ବ୍ରହ୍ମପୁର ଅଭିମୁଖେ ଯାଉଥିଲା । ଡେଙ୍ଗାପଦର ରାସ୍ତାରେ ଥିବା ବ୍ରିଜ୍‌ ନିକଟରେ କାର୍‌ଟି ଭାରସାମ୍ୟ ହରାଇ ଦୁର୍ଘଟଣାର ଶିକାର ହୋଇଥିଲା । ଦେଖୁ ଦେଖୁ କାର୍‌ଟି ବ୍ରିଜ୍‌ ତଳକୁ ଖସିପଡିଥିଲା । ଏଥିରେ ଏବେ ସୁଦ୍ଧା କୌଣସି ଯାତ୍ରୀ ଆହତ ହୋଇନଥିବା ସୂଚନା ମିଳିଛି । ତେବେ ଦୁର୍ଘଟଣାରେ କାର୍‌ଟି ଅତ୍ୟଧିକ କ୍ଷତିଗ୍ରସ୍ତ ହୋଇଥିବା ସୂଚନା ମିଳିଛି । ସେପଟେ ସଦର ଥାନା ପୋଲିସ ଖବର ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । କିପରି ଦୁର୍ଘଟଣା ହେଲେ , ସେନେଇ ଖୋଲତାଡ଼ କରୁଛି ପୋଲିସ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।