ରାଜ୍ୟ ସ୍ପେଶାଲ ରିପୋର୍ଟ

ଭିଜିଲାନ୍ସ ଜାଲରେ କନିଷ୍ଠ କିରାଣି: ରାଉରକେଲା ଓ ଭୁବନେଶ୍ୱର ସମେତ ଛଅଟି ସ୍ଥାନରେ ଏକକାଳୀନ ଚଢ଼ଉ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
ରାଉରକେଲା/ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ରାଉରକେଲା ଆରଡବଲୁ ଡିଭିଜନରେ କନିଷ୍ଠ କିରାଣି ଭାବେ କାର୍ଯ୍ୟ କରୁଥିବା ନନ୍ଦୀ କିଶୋର ନାଥ। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ତାଙ୍କର କାର୍ଯ୍ୟାଳୟ ଓ ବାସଭବନ ସମେତ ଛଅଟି ସ୍ଥାନରେ ଏକକାଳୀନ ଚଢ଼ଉ ଚାଲିଥିବା ନେଇ ଭିଜିଲାନ୍ସ ପକ୍ଷରୁ ସୂଚନା ଦିଆଯାଇଛି।
ଭୁବନେଶ୍ୱର ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତିଙ୍କ ନି‌ର୍ଦେଶକ୍ରମେ ଭୁବନେଶ୍ୱର, ବରଗଡ଼, ରାଉରକେଲା ଏବଂ ସମ୍ବଲପୁରର ୬ଟି ସ୍ଥାନରେ ଚଢ଼ଉ ଜାରି କରାଯାଇଥିବା ଜଣାଯାଇଛି। ଏଡି ଚଢ଼ଉରେ ୩ ଜଣ ଡିଏସପି, ୯ ଜଣ ଇନ୍ସପେକ୍ଟର, ଜଣେ ଏସଆଇ, ୨ ଏଏସଆଇ ଏବଂ ଅନ୍ୟ କର୍ମଚାରୀମାନେ ସାମିଲ ଅଛନ୍ତି।

ଯେଉଁ ୬ଟି ସ୍ଥାନରେ ଭିଜିଲାନ୍ସ ଚଢ଼ଉ ଚାଲିଛି, ତାହା ହେଲା ଭୁବନେଶ୍ୱରର ଲକ୍ଷ୍ମୀସାଗରସ୍ଥିତ ସାଇକୃପା ଏନକ୍ଲେଭରେ ଥିବା ନନ୍ଦୀ କିଶୋର ନାଥଙ୍କ ଫ୍ଲାଟ ,ବରଗଡ଼ର ଭିଏସଏସ ନଗରରେ ଥିବା ପୈତୃକ ଘର, ରାଉରକେଲାରେ ପାନପୋଷଠାରେ ଥିବା ତାଙ୍କର ସରକାରୀ କ୍ୱାର୍ଟର୍, ରାଉରକେଲାର ଆରଡବଲୁ କାର୍ଯ୍ୟନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଥିବା ତାଙ୍କର ଚାମ୍ବର, ସମ୍ବଲପୁରର ଅଇଁଠାପାଲ୍ଲୀରେ ଅବସ୍ଥିତ ଶ୍ରୀ ନାଥଙ୍କ ଘର ଏବଂ ସମ୍ବଲପୁରରେରେ ଥିବା ତାଙ୍କ ସମ୍ପର୍କୀୟଙ୍କ ଘର। ଏନେଇ ଅଧିକ ତଥ୍ୟକୁ ଅପେକ୍ଷା କରାଯାଇଛି।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।