ରାଜ୍ୟ ସ୍ପେଶାଲ ରିପୋର୍ଟ

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ । ମାଲକାନଗିରିରେ ଜଳସମ୍ପଦ ବିଭାଗର କନିଷ୍ଠ ଯନ୍ତ୍ରୀ ସଂଜୟ ମହାନ୍ତିଙ୍କ ଘର ଓ କାର୍ଯ୍ୟାଳୟରେ ଏକକାଳୀନ ଚଢ଼ାଉ ହୋଇଛି । ଚଢ଼ାଉ ବେଳେ ଭଡ଼ା ଘରୁ ୧ଲକ୍ଷ ୧୫ହଜାର ଟଙ୍କା ନଗଦ ଜବତ କରିଛି ଭିଜିଲାନ୍ସ । ଏହାସହ ଗୋଟିଏ କାର ଓ ବାଇକ ବି ଜବତ ହୋଇଛି । ଆୟ ବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ଭିଜିଲାନ୍ସ ୭ଟି ସ୍ଥାନରେ ଚଢ଼ାଉ କରୁଛି ।

ମାଲକାନଗିରିର ଭଡ଼ାଘର ଓ କାର୍ଯ୍ୟାଳୟ ସମେତ ବାଲେଶ୍ୱର, ଜଳେଶ୍ୱର ଓ ଭୁବନେଶ୍ୱରରେ ଚଢ଼ାଉ ଚାଲିଛି । ଏହି ଚଢ଼ାଉରେ ଜଣେ ଅତିରିକ୍ତ ଏସପିଙ୍କ ସହ ୩ ଜଣ ଡ଼ିଏସପି, ୮ ଜଣ ଇନ୍ସପେକ୍ଟର, ୮ ଜଣ ଏସଆଇ ସାମିଲ ଅଛନ୍ତି | ବର୍ତ୍ତମାନ ବାଲେଶ୍ୱର ଜଳେଶ୍ୱରରେ ଥିବା ୩ ମହଲା କୋଠା, ଭୁବନେଶ୍ୱର ରଘୁନାଥପୁରରେ ଥିବା ଫ୍ଲାଟ, ପୋଖରୀପୁଟରେ ଥିବା ସମ୍ପର୍କୀୟଙ୍କ ଘର ପ୍ରମୁଖ ସ୍ଥାନରେ ଚଢ଼ାଉ ଚାଲିଛି |

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।