ରାଜ୍ୟ ସ୍ପେଶାଲ ରିପୋର୍ଟ

ଭିଜିଲାନ୍ସ ଜାଲରେ କେ.ଗାଁ ଫରେଷ୍ଟ ରେଞ୍ଜ ଅଫିସର୍: କଳାହାଣ୍ଡି ଜିଲ୍ଲାର ୪ଟି ସ୍ଥାନରେ ଏକକାଳୀନ ଚଢ଼ାଉ

ଭବାନୀପାଟଣା: ଭିଜିଲାନ୍ସ ଜାଲରେ କେ.ଗାଁ ଫରେଷ୍ଟ ରେଞ୍ଜ ଅଫିସର୍ କେଶବ ମାଝୀ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କେ.ଗାଁ ଫରେଷ୍ଟ ରେଞ୍ଜ ଅଫିସର୍ କେଶବ ମାଝୀଙ୍କ ଘର ସମେତ ୪ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ ଜାରି ରହିଛି। କଳାହାଣ୍ଡି ଜିଲ୍ଲାର ୪ଟି ସ୍ଥାନରେ ଏକକାଳୀନ ଚଢ଼ାଉ ଚାଲିଛି।

ସୂଚନା ଅନୁଯାୟୀ, କେସିଙ୍ଗା ସହରର ଓମ୍ ନଗରରେ ଅବସ୍ଥିତ ଶ୍ରୀ ମାଝୀଙ୍କ ତିନି ମହଲା ଘର, କେସିଙ୍ଗା ଥାନା ଅନ୍ତର୍ଗତ ବ୍ରାହ୍ମଣୀରେ ଥିବା ବାସଭବନ, କେଗାଁରେ ଥିବା ସରକାରୀ କ୍ବାର୍ଟର୍ ଓ ଅଫିସ୍ ଚାମ୍ବରରେ ଏକକାଳୀନ ଚଢ଼ାଉ କରୁଛି ଭିଜିଲାନ୍ସ ଟିମ୍। ଭବାନୀପାଟଣାର ସ୍ବତନ୍ତ୍ର ଭିଜିଲାନ୍ସ ଜଜଙ୍କ ନିର୍ଦେଶକ୍ରମେ ଏହି ଚଢ଼ାଉ କରାଯାଉଛି।
ଏହି ଚଢ଼ାଉରେ ୫ ଡିଏସପି, ୬ ଜଣ ଇନ୍ସପେକ୍ଟର ଏବଂ ଅନ୍ୟ କର୍ମଚାରୀମାନେ ନିୟୋଜିତ ଅଛନ୍ତି। ଏନେଇ ପରବର୍ତ୍ତୀ ରିପୋର୍ଟକୁ ଅପେକ୍ଷା କରାଯାଇଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।