ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
ବାଲେଶ୍ୱର: ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଆଜି ଏକକାଳୀନ ପୂର୍ତ୍ତ ଡିଭିଜନ-୨ର ସହକାରୀ ଯନ୍ତ୍ରୀ ଅଜୟ କୁମାର ସେନାପତିଙ୍କ ସରକାରୀ କ୍ବାର୍ଟର ସମେତ ୭ଟି ସ୍ଥାନରେ ଏକକାଳୀନ ଭିଜିଲାନ୍ସ ଚଢ଼ଉ ଚାଲିଛି। ଏନେଇ ଭିଜିଲାନ୍ସ ପକ୍ଷରୁ ସୂଚନା ଦିଆଯାଇଛି।
ଭୁବନେଶ୍ବର ଭିଜିଲାନ୍ସ ସ୍ୱତନ୍ତ୍ର ବିଚାରପତିଙ୍କ ଦ୍ବାରା ଜାରି ସର୍ଚ୍ଚ ୱାରେଣ୍ଟ୍ ବଳରେ ୪ ଜଣ ଡିଏସପି, ୧୦ ଇନ୍ସପେକ୍ଟର, ୨ ସବ୍-ଇନ୍ସପେକ୍ଟର ଏବଂ ଅନ୍ୟ କର୍ମଚାରୀଙ୍କ ନେତୃତ୍ୱରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଏକକାଳୀନ ଚଢ଼ଉ ଚାଲିଛ।
ପୁରୀ, ଏକକାଳୀନ ଏବଂ ଖୋର୍ଦ୍ଧା ଜିଲ୍ଲାର ନିମ୍ନଲିଖିତ ସ୍ଥାନରେ ଏହି ଚଢ଼ଉ ଚାଲିଛି। ପୁରୀର ହରିଚଣ୍ଡୀ ସାହିର, ଦାମୋଦର ରୋ, ମଦନମୋହନ ଲେନରେ ଅବସ୍ଥିତ ଅଜୟ କୁମାର ସେନାପତିଙ୍କ ଆବାସିକ ଘର, ଅନନ୍ ପାମ୍ ବିଚର ଦ୍ବିତୀୟ ମହଲାରେ ଥିବା ୨୦୬୩ ନମ୍ବର ଫ୍ଲାଟ୍, ବାଲେଶ୍ୱରର ସରକାରୀ କ୍ବାର୍ଟର, କାର୍ଯ୍ୟନିର୍ବାହୀ ଯନ୍ତ୍ରୀ (ଆର ଆଣ୍ଡ ବି) ଡିଭିଜନ୍-୨, ବାଲେଶ୍ୱରରେ ଥିବା ଶ୍ରୀ ସେନାପତିଙ୍କ ଅଫିସ୍ ରୁମ୍, ଖୋର୍ଦ୍ଧାର ବାଲୁଗାଁରେ ଦୁଇ ମହଲା କୋଠା, ବାଣପୁରର ଭାଗବତ ସାହିରେ ଥିବା ପୈତୃକ ଘର ଟଟାଙ୍ଗୀରେ ଥିବା ଶ୍ରୀ ସେନାପତିଙ୍କ ସମ୍ପର୍କୀୟଙ୍କ ଘରେ ଚଢ଼ଉଜାରି ରହିଛି। ଏନେଇ ଅଧିକ ତଥ୍ୟ ପାଇଁ ଅପେକ୍ଷା କରାଯାଇଛି।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l