ରାଜ୍ୟ ସ୍ପେଶାଲ ରିପୋର୍ଟ

ଭିଜିଲାନ୍ସ ଜାଲରେ ମହିଳା ରାଜସ୍ବ ନିରୀକ୍ଷକ: ୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରାପଡ଼ିଲେ

ସୁନ୍ଦରଗଡ଼: ଭିଜିଲାନ୍ସ ଜାଲରେ ପୁଣି ଜଣେ ରାଜସ୍ବ ନିରୀକ୍ଷକ। ଜଣେ ଅଭିଯୋଗକାରୀଙ୍କ ଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡ଼ିବସିଲା ଭିଜିଲାନ୍ସ। ଅଭିଯୁକ୍ତ ହେଲେ ଟାଙ୍ଗରପାଲି ତହସିଲର ତସଲାଡିହି ରାଜସ୍ବ ନିରୀକ୍ଷକ ଲିଲି ଚୌଧୁରୀ।

ସୂଚନା ଅନୁଯାୟୀ, ଟାଙ୍ଗରପାଲି ତହସିଲର ତସଲାଡିହି ରାଜସ୍ବ ନିରୀକ୍ଷକ ଲିଲି ଚୌଧୁରୀ ଜଣେ ବ୍ୟକ୍ତିଙ୍କୁ ଚାଷଜମିକୁ ବାସୋପଯୋଗୀ ଜମିରେ ରୂପାନ୍ତରିତ କରିବା ନେଇ ରିପୋର୍ଟ ଦେବା ଲାଗି ୫ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। କିନ୍ତୁ ଅଭିଯୋଗକାରୀ ଏନେଇ ଅକ୍ଷମତା ପ୍ରକାଶ କରିଥିଲେ। ଅବଶେଷରେ  ଅଭିଯୋଗକାରୀ ଭିଜିଲାନ୍ସର ଦ୍ବାରସ୍ଥ ହୋଇଥିଲେ। ପୂର୍ବ ଯୋଜନା ମୁତାବକ ଆଜି ଅଭିଯୋଗକାରୀ ରାଜସ୍ବ ନିରୀକ୍ଷକ ଲିଲି ଚୌଧୁରୀଙ୍କୁ ୫ ହଜାର ଟଙ୍କା ଲାଞ୍ଚ ଦେଉଥିଲେ। ଏହି ସମୟରେ ସେଠାରେ ଛକିଥିବା ଭିଜିଲାନ୍ସ ଟିମ୍ ତାଙ୍କୁ ମାଡ଼ିବସିଥିଲା।

ଲିଲି ଚୌଧୁରୀଙ୍କଠାରୁ ୫ ହଜାର ଟଙ୍କା ମଧ୍ୟ ଜବତ କରିଛି ଭିଜିଲାନ୍ସ ଟିମ୍। ଲିଲି ଚୌଧୁରୀଙ୍କ କାରନାମା ନେଇ ସୁନ୍ଦରଗଡ଼ ଜିଲ୍ଲାର ଦୁଇଟି ସ୍ଥାନରେ ଏକକାଳୀନ ଚଢ଼ଉ ଜାରି ରଖିଛି ଭିଜିଲାନ୍ସ। ଏନେଇ ରାଉରକେଲା ଭିଜିଲାନ୍ସରେ ଏକ ମାମଲା ରୁଜୁ ହୋଇଛି। ଏନେଇ ଅଧିକ ତଥ୍ୟକୁ ଅପେକ୍ଷା କରାଯାଇଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।