ଉଦଳା ୧୪।୧୧: ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ । ଉଦଳା RWSSର ସହକାରୀ ନିର୍ବାହୀ ଯନ୍ତ୍ରୀ ରବି ନାରାୟଣ ପଣ୍ଡାଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ ଜାରି ରହିଛି । ଏକାକାଳୀନ ବିଭିନ୍ନ ସ୍ଥାନରେ ଚାଲିଛି ଚଢାଉ ।
ଖବର ଅନୁଯାୟୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସହକାରୀ ନିର୍ବାହୀ ଯନ୍ତ୍ରୀ ରବି ନାରାୟଣ ପଣ୍ଡାଙ୍କ ଘରେ ଭିଜିଲାନ୍ସ ଚଢାଉ କରୁଛି । ଭୁବନେଶ୍ୱର ସମେତ ୪ଟି ସ୍ଥାନରେ ଚଢାଉ କରୁଛି ଭିଜିଲିନ୍ସ । ଏଥିର ତାଙ୍କ ବାସଭବନ ଓ ଅଫିସର ରହିଥିବା ସୂଚନା ମିଳିଛି । ତେବେ ଭିଜିଲାନ୍ସର କେତେ ଜଣିଆ ଟିମ୍ ଏହି ଚଢାଉରେ ସାମିଲ ରହିଛନ୍ତି । ସେନେଇ କିଛି ସବିଶେଷ ତଥ୍ୟ ମିଳିନାହିଁ ।