ଅପରାଧ ରାଜ୍ୟ

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ, ଏକାକାଳୀନ ୪ଟି ସ୍ଥାନରେ ଚାଲିଛି ଚଢାଉ

ଭୁବନେଶ୍ୱର ୨୯।୦୬: ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ । କଟକ ଡମପଡା ସହକାରୀ ଯନ୍ତ୍ରୀ ପ୍ରଭାତ କୁମାର ରାଉତଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି । ଏକାକାଳୀନ ୪ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ ।

ଖବର ଅନୁଯାୟୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କଟକ ଡମପଡା ବ୍ଲକ ସହକାରୀ ଯନ୍ତ୍ରୀ ପ୍ରଭାତ କୁମାର ରାଉତଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି । ଡମପଡା ଅଫିସ ସମେତ ଏକକାଳୀନ ୪ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ । ଏହି ସବୁ ସ୍ଥାନ ମଧ୍ୟରେ ଡମପଡା ସ୍ଥିତ ଅଫିସ, ବାରଙ୍ଗ କୁହ୍ଲେଇପଦା ସ୍ଥିତ ତିନି ମହଲା ବିଶିଷ୍ଟ ଘର, କେନ୍ଦ୍ରାପଡ଼ା ରାଜକନିକା ତନେଇପଦା ସ୍ଥିତ ସମ୍ପର୍କୀୟଙ୍କ ଘର, ଚୌଦ୍ବାର ହାଉସିଂବୋର୍ଡ ସ୍ଥିତ ଭାଇଙ୍କ ଘରେ ରେଡ୍ ଚାଲିଛି । ଏହି ଚଢାଉରେ ୪ ଜଣ ଡିଏସ୍‌ପି, ୧୦ ଜଣ ଇନସ୍ପେକ୍ଟର ଏବଂ ଅନ୍ୟ କର୍ମଚାରୀ ସାମିଲ ଅଛନ୍ତି ।କଟକ ଭିଜିଲାନ୍ସ ସ୍ବତନ୍ତ୍ର ଜଜ୍‌ଙ୍କ ୱାରେଣ୍ଟ ବଳରେ ଚଢାଉ ଜାରି ରହିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।