ଭୁବନେଶ୍ୱର ୨୯।୦୬: ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ । କଟକ ଡମପଡା ସହକାରୀ ଯନ୍ତ୍ରୀ ପ୍ରଭାତ କୁମାର ରାଉତଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି । ଏକାକାଳୀନ ୪ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ ।
ଖବର ଅନୁଯାୟୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କଟକ ଡମପଡା ବ୍ଲକ ସହକାରୀ ଯନ୍ତ୍ରୀ ପ୍ରଭାତ କୁମାର ରାଉତଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି । ଡମପଡା ଅଫିସ ସମେତ ଏକକାଳୀନ ୪ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ । ଏହି ସବୁ ସ୍ଥାନ ମଧ୍ୟରେ ଡମପଡା ସ୍ଥିତ ଅଫିସ, ବାରଙ୍ଗ କୁହ୍ଲେଇପଦା ସ୍ଥିତ ତିନି ମହଲା ବିଶିଷ୍ଟ ଘର, କେନ୍ଦ୍ରାପଡ଼ା ରାଜକନିକା ତନେଇପଦା ସ୍ଥିତ ସମ୍ପର୍କୀୟଙ୍କ ଘର, ଚୌଦ୍ବାର ହାଉସିଂବୋର୍ଡ ସ୍ଥିତ ଭାଇଙ୍କ ଘରେ ରେଡ୍ ଚାଲିଛି । ଏହି ଚଢାଉରେ ୪ ଜଣ ଡିଏସ୍ପି, ୧୦ ଜଣ ଇନସ୍ପେକ୍ଟର ଏବଂ ଅନ୍ୟ କର୍ମଚାରୀ ସାମିଲ ଅଛନ୍ତି ।କଟକ ଭିଜିଲାନ୍ସ ସ୍ବତନ୍ତ୍ର ଜଜ୍ଙ୍କ ୱାରେଣ୍ଟ ବଳରେ ଚଢାଉ ଜାରି ରହିଛି ।