ଅପରାଧ ରାଜ୍ୟ

ଭିଜିଲାନ୍ସ ଜାଲରେ ସହକାରୀ ରାଜସ୍ୱ ନିରୀକ୍ଷକ, ମଧ୍ୟସ୍ଥି

ବଲାଙ୍ଗୀର: ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ବଲାଙ୍ଗୀର ଜିଲ୍ଲା ସଇନ୍ତଲା ତହସିଲରେ କାର୍ଯ୍ୟରତ ସହକାରୀ ରାଜସ୍ୱ ନିରୀକ୍ଷକ ରେଶ୍ମା ମାଝୀ ଓ ମଧ୍ୟସ୍ଥି ବାବୁଲାଲ ନନ୍ଦ। ଏକ ଜମିଜମା ମାମଲାରେ ଆର୍‌ଓଆର୍‌ ଦେବାପାଇଁ ବାସୁଦେବ ମହାରଣାଙ୍କଠାରୁ ସହକାରୀ ରାଜସ୍ୱ ନିରୀକ୍ଷକ ୧୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ବାସୁଦେବ ଏ ସମ୍ପର୍କରେ ବଲାଙ୍ଗୀର ଭିଜିଲାନ୍ସ ବିଭାଗରେ ଅଭିଯୋଗ କରିଥିଲେ। ବଲାଙ୍ଗୀର ଭିଜିଲାନ୍ସ ଡିଏସ୍‌ପିଙ୍କ ନେତୃତ୍ୱରେ ବରଗଡ଼ ଓ ସମ୍ବଲପୁର ଟିମ୍‌ ସଇନ୍ତଲା ପହଞ୍ଚିଥିଲେ। ମଧ୍ୟସ୍ଥିଙ୍କ ଜରିଆରେ ଟଙ୍କା ନେବାବେଳେ ଉଭୟଙ୍କୁ ଧରିଥିଲେ। ସହକାରୀ ରାଜସ୍ୱ ନିରୀକ୍ଷକ ଓ ମଧ୍ୟସ୍ଥିଙ୍କୁ ଗିରଫ କରି କୋର୍ଟଚାଲାଣ କରାଯାଇଛି। ଅଧିକ ତଦନ୍ତ ପାଇଁ ଭିଜିଲାନ୍ସ ବିଭାଗ ଅଭିଯୁକ୍ତଙ୍କ ପୈତୃକ ବାସଭବନ ଓ ଅଫିସ୍‌ରେ  ତନାଘନା ଜାରି ରଖିଥିବା ସୂଚନା ମିଳିଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।