ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

ଭୀମସାରରେ କରୋନା ସ୍ଥିତି ସମୀକ୍ଷା: ମେଡିସିନ୍ କୋଠାରେ ହେବ ୨ୟ କୋଭିଡ ହସ୍ପିଟାଲ

ସମ୍ୱଲପୁର୧୪/୪: ସମ୍ୱଲପୁର ଭୀମସାରରେ କୋଭିଡ ସ୍ଥିତି ସମୀକ୍ଷା କରିଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର । ସମୀକ୍ଷା ପରେ ନିଆଯାଇଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି । ପୂର୍ବରୁ ଭୀମସାରରେ ୧୨୦ ବ୍ଲାଡେଡ କୋଭିଡ ହସ୍ପିଟାଲ କାର୍ଯ୍ୟକରୁଥିବା ବେଳେ ଏଥିରେ ୧୦୫ଟି ବ୍ଲାଡ ବୃଦ୍ଧି ହୋଇ ୨୨୫ରେ ପହଂଚିଛି । ଏଥିରୁ ୫୦ଟି ଆଇସିୟୁ ଓ ୧୭୫ଟି ସାଧାରଣ ବ୍ଲାଡ ରହିବ ।

ତେବେ ଭୀମସାରର ମେଡିସିନ କୋଠାରେ ୧୦ ଦିନ ମଧ୍ୟରେ ଦ୍ୱିତୀୟ କୋଭିଡ ହସ୍ପିଟାଲ ଆରମ୍ଭ ହେବ । ନୂତନ କୋଭିଡ ହସ୍ପିଟାଲରେ ୫୦ଟି ଆଇସିୟୁ ଓ ୨୫୦ ସାଧାରଣ ବ୍ଲାଡ ରହିବ । ତେବେ ଦୁଇଟି କୋଭିଡ ହସ୍ପିଟାଲରେ ସମୁଦାୟ ୫୨୫ ବ୍ଲାଡ କାର୍ଯ୍ୟ କରିବ । ଏହା ସହ ଝାରସୁଗୁଡା ଓ ବରଗଡ଼ ଜିଲ୍ଲାର ମଧ୍ୟ ସମୀକ୍ଷା କରିଛନ୍ତି ଏହି ଟିମ୍ । ତେବେ ଛତିଶଗଡରେ ସଂକ୍ରମଣ ବଢୁଥିବାରୁ ସ୍ଥିତି ଉପରେ ନଜର ରଖାଯାଇଥିବା କହିଛନ୍ତି ମୁଖ୍ୟ ଶାସନ ସଚିବ । ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ପ୍ରମୁଖ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର, ଡିଏମଇଟି ସିବିକେ ମହାନ୍ତି, ସମ୍ବଲପୁର ଜିଲ୍ଲାପାଳ ଶୁଭମ ସକ୍ସେନା, ଝାରସୁଗୁଡା ଜିଲ୍ଲାପାଳ ସରୋଜ ସାମଲ, ବରଗଡ ଜିଲ୍ଲାପାଳ ଜ୍ୟୋତିରଂଜନ ପ୍ରଧାନ, ଉତ୍ତରାଂଚଳ ଆଇଜି ନରସିଂହ ଭୋଳ, ସମ୍ବଲପୁର ଏସପି ବାତୁଲା ଗଙ୍ଗାଧର, ଭୀମସାର ନିର୍ଦ୍ଦେଶ ପ୍ରଫେସର ଲଳିତ ମେହେର, ଅଧକ୍ଷା ଡାକ୍ତର ଜୟଶ୍ରୀ ଦୋରା ପ୍ରମୁଖ ଉପସ୍ଥିତ ଥିଲେ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ