ରାଜ୍ୟ ସ୍ୱାସ୍ଥ୍ୟ

ଭୀମସାରେ ଆଉ ୧୦ କରୋନା ପଜିଟିଭ ଚିହ୍ନଟ, ୭୪ରେ ପହଞ୍ଚିଲା ମୋଟ ସଂଖ୍ୟା

ସମ୍ବଲପୁର ୩୦।୧୧: ଭୀମ୍‌ସାରେ କରୋନା ଆକ୍ରାନ୍ତ । ଚିହ୍ନଟ ହେଲେ ପୁଣି ୧୦ କରୋନା ଆକ୍ରାନ୍ତ । ଯାହାକୁ ମିଶିଇ ୭୪ରେ ପହଞ୍ଚିଛି ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ କରୋନା ସଂକ୍ରମଣ ନେଇ ଘାରିଛି ଚିନ୍ତା ।

ଖବର ଅନୁଯାୟୀ, କିଛିଦିନ ତଳେ ବୁର୍ଲା ସ୍ଥିତ ଭୀମସାରୁ ୫୦ ରୁ ଅଧିକ ଛାତ୍ରଛାତ୍ରୀ କରୋନାରେ ସଂକ୍ରମିତ ହୋଇଥିଲା । ଏହାପରେ ବିଶ୍ୱବିଦ୍ୟାଳୟ ଅଧିକାଂଶ ଛାତ୍ରଛାତ୍ରୀ ଓ କର୍ତ୍ତୃପକ୍ଷଙ୍କର କରୋନା ଟେଷ୍ଟ କରାଯାଇଥିଲା । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କୁ ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ଏକ ଆଇସୋଲେସନରେ ରଖାଯାଇଥିଲା । ସମସ୍ତଙ୍କର ନିୟମିତ ଭାବେ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଉଥିଲା । ତେବେ କିଛି ଦିନର ବ୍ୟବଧାନ ପରେ ପୁଣି ଥରେ ଭୀମ୍‌ସାରୁ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ୧୦ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଯାହାକୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୪ରେ ପହଞ୍ଚିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ