ରାଜ୍ୟ ସ୍ପେଶାଲ ରିପୋର୍ଟ

ଭୁବନେଶ୍ୱରରେ ଆୟୋଜିତ ହେବ ‘ବାୟୁ’ ସମ୍ମିଳନୀ

ଭୁବନେଶ୍ୱର : ପ୍ରକୃତିରେ ସବୁକିଛି ପଞ୍ଚ ମହାଭୂତ – ପୃଥିବୀ, ଜଳ, ଅଗ୍ନି, ବାୟୁ ଓ ଆକାଶକୁ ନେଇ ଗଠିତ। ଏଥିମଧ୍ୟରୁ ଗୋଟିଏ ଉପାଦାନରେ ଅସନ୍ତୁଳନ ଦେଖାଦେଲେ କିମ୍ବା କୌଣସି କ୍ଷତି ଘଟିଲେ ମାନବ ଜଗତ ଉପରେ ବିପଦ ଦେଖା ଦେଇଥାଏ। ଜୀବଜଗତର ଦୀର୍ଘସ୍ଥାୟିତ୍ୱ ଓ ସୁସ୍ଥ ଜୀବନ ପାଇଁ ସ୍ୱଚ୍ଛ ବାୟୁ ଅତ୍ୟନ୍ତ ଜରୁରି। ଏହି ବାର୍ତ୍ତାର ପ୍ରଚାରପ୍ରସାର ନିମନ୍ତେ ଭୁବନେଶ୍ୱରରେ ଆୟୋଜିତ ହେବାକୁ ଯାଉଛି ‘ବାୟୁ-ମହତ୍ତ୍ବପୂର୍ଣ୍ଣ ଜୀବନ ଶକ୍ତି’ ସମ୍ମିଳନୀ। ଆସନ୍ତା ଡିସେମ୍ବର ୨ରୁ ୪ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରସ୍ଥିତ ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟଠାରେ ସମ୍ମିଳନୀ ଆୟୋଜିତ ହେବ। ‘ସୁମଙ୍ଗଳମ୍ ପଞ୍ଚମହାଭୂତ ସମ୍ମିଳନୀ ଶୃଙ୍ଖଳା’ର ଅଂଶବିଶେଷ ସ୍ୱରୂପ ଏହି ସମ୍ମିଳନୀ ଆୟୋଜନ କରାଯାଉଛି।

ଏହି ସମ୍ମିଳନୀରେ ବାୟୁ ଗୁଣବତ୍ତା ପ୍ରସଙ୍ଗରେ ଆଲୋଚନା ହେବ। ଜଳବାୟୁ ପରିବର୍ତ୍ତନ ଓ ପ୍ରଦୂଷଣ ନିୟନ୍ତ୍ରଣ ଉପରେ ବୈଜ୍ଞାନିକ ଆଲୋଚନାଠାରୁ ଆରମ୍ଭ କରି ପ୍ରାଚୀନ ଶାସ୍ତ୍ର ଓ ଗ୍ରନ୍ଥରେ ବାୟୁ ଗୁଣବତ୍ତା ବଜାୟ ରଖିବା ଲାଗି ଦିଆଯାଇଥିବା ଜ୍ଞାନକୁ ବୁଝିବା ଲାଗି ସମ୍ମିଳନୀରେ ବିଚାରବିମର୍ଶ କରାଯିବ।

ଏହି ତିନିଦିନିଆ ସମ୍ମିଳନୀରେ ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, କେନ୍ଦ୍ର ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଶିକ୍ଷା ଓ ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ରାଷ୍ଟ୍ରମନ୍ତ୍ରୀ ଅଶ୍ବିନୀ କୁମାର ଚୌବେ, କଟକ ସାଂସଦ ଭର୍ତ୍ତୃହରି ମହତାବ, ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ସମେତ ଦେଶର ବିଭିନ୍ନ ସ୍ଥାନରୁ ବିଶିଷ୍ଟ ବ୍ୟକ୍ତିବିଶେଷମାନେ ଯୋଗ ଦେବେ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।