ଧର୍ମ ରାଜ୍ୟ

ଭୁବନେଶ୍ୱରରେ ସବୁ ଧର୍ମାନୁଷ୍ଠାନ ବନ୍ଦ, ଜାଣନ୍ତୁ କେତେ ଦିନ ?

ଭୁବନେଶ୍ୱର: ନୂଆବର୍ଷରେ କରୋନା ମୁକାବିଲା ପାଇଁ ନୂଆ ନିର୍ଦ୍ଦେଶାନାମା ଜାରି ହେଉଛି । ଏହାରି ମଧ୍ୟରେ ବିଏମସି ଅଧିନରେ ଥିବା ସବୁ ଧର୍ମାନୁଷ୍ଠାନ ୩ ଦିନ ବନ୍ଦ ରହିବ ବୋଲି ଘୋଷଣା ହୋଇଛି । କାଲିଠାରୁ ୨ ତାରିଖ ଯାଏ ଶ୍ରଦ୍ଧାଳୁଙ୍କ ପାଇଁ ସମସ୍ତ ଧର୍ମାନୁଷ୍ଠାନ ବନ୍ଦ ରହିବ । ଓମିକ୍ରନ ସଂକ୍ରମଣକୁ ଦୃଷ୍ଟି ରଖି ବିଏମସି ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି ।

ତେବେ କରୋନାର ନୂଆ ଭାରିଆଣ୍ଟ ନିଜର କାୟା ବିସ୍ତାର କରିବାରେ ଲାଗିଛି । ଆଜି ରାଜ୍ୟରେ ଆଉ ୫ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏନେଇ ସ୍ୱାସ୍ଥ୍ୟ ବିଭାଗକୁ ଅବଗତ କରିଛି ଆଇଏଲଏସ ।ଏହି କ୍ରମରେ ରାଜ୍ୟରେ ମୋଟ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୧୪ରେ ପହଞ୍ଚିଛି । ଗତ ୨୧ ତାରିଖରେ ରାଜ୍ୟରେ ପ୍ରଥମ ଓ ଗତ ୨୬ରେ ୪ ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ଗତକାଲି ପୁଣି ଜଣେ ନୂଆ ଚିହ୍ନଟ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଆଜିର ସଂଖ୍ୟାକୁ ମିଶାଇ ରାଜ୍ୟରେ ସମୁଦାୟ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୧୪ରେ ପହଞ୍ଚିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
ଧର୍ମ

ଆଜିଠୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର

ନୂଆଦିଲ୍ଲୀ : ଆଜିଠାରୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର। ମହାମାରୀ କରୋନା ପାଇଁ ପ୍ରାୟ ୭ ମାସରୁ ଅଧିକ ଦିନ