ରାଜ୍ୟ

ଭୁଶୁଡ଼ିଲା ମାଟିଘର: ବାପାର ଗଲା ଜୀବନ, ବର୍ତ୍ତିଗଲା ପୁଅ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲା ବଡ଼ଗାଁ ବ୍ଲକ୍ ଅନ୍ତର୍ଗତ ଜରଙ୍ଗଲୋଇ ଗାଁରେ ଅଭାବନୀୟ ଘଟଣା ଘଟିଛି। ଲଗାଣ ବର୍ଷାରେ ଭୁଶୁଡ଼ିଲା ମାଟିଘର। ଏହାଫଳ‌ରେ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ଅଳ୍ପ‌କେ ବର୍ତ୍ତିଯାଇଛି ୨ ବର୍ଷର ଶିଶୁପୁତ୍ର।। ମୃତକ ହେଲେ କୁରୁନାଥ କାନ୍ତା (୩୪)।

ସୂଚନା ଅନୁଯାୟୀ, ଲଗାଣ ବର୍ଷାରେ ସୁନ୍ଦରଗଡ଼ ଜିଲ୍ଲାର ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗତକାଲି ରାତିରେ ବଡ଼ଗାଁ ବ୍ଲକ୍ ଅନ୍ତର୍ଗତ ଜରଙ୍ଗଲୋଇ ଗାଁରେ କାନ୍ଥ ଭୁଶୁଡ଼ି ପଡ଼ିବା ଯୋଗୁ ଜଣକର ଜୀବନ ଯାଇଛି। ମୃତକ ହେଲେ କୁରୁନାଥ କାନ୍ତା (୩୪)। ମାଟିଘର କାନ୍ଥ ଭୁଶୁଡ଼ି ପଡ଼ିବାରୁ ଘର ତଳେ ସେ ଚାପି ହୋଇଯାଇଥିଲେ। ତେବେ
ଅଳ୍ପକେ ବର୍ତ୍ତିଯାଇଥିଲା ପାଖରେ ଥିବା ୨ ବର୍ଷର ଶିଶୁପୁତ୍ର। କୁରୁନାଥଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାକୁ ନିଆଯାଇଥିଲା। ସେଠାରେ ଡାକ୍ତର ମୃତ ଘୋଷଣା କରିଥିଲେ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।