ଅପରାଧ ଦେଶ ବିଦେଶ

ଭୟଙ୍କର ଦୁର୍ଘଟଣା : ଓଲଟିଲା ଟ୍ରକ୍, ଚାଲିଗଲା ୮ ଜୀବନ

ପାଟନା ୨୩/୦୫: ଭୟଙ୍କର ସଡକ ଦୁର୍ଘଟଣା । ୮ ମୃତ । ବିହାରର ପୂର୍ଣ୍ଣିୟା ଜିଲ୍ଲାରେ ଏକ ଟ୍ରକ୍ ଦୁର୍ଘଟଣାଗ୍ରସ୍ତ ହେବା ଫଳରେ ୮ ଜଣଙ୍କର ମୃତ୍ୟୁ ହୋଇଛି । ଏହାସହ ଅନେକ ଆହତ ମଧ୍ୟ ହୋଇଛନ୍ତି ।

ସୂଚନାନୁସାରେ, ପୂର୍ଣ୍ଣିଆ ଜିଲ୍ଲାରୁ ଏକ ଟ୍ରକ୍ କିଛି ଲୋକଙ୍କୁ ଧରି ପଶ୍ଚିମବଙ୍ଗ ଅଭିମୁଖେ ଯାତ୍ରା କରୁଥିଲା । କିନ୍ତୁ ଜଲଲାଗଡ ଥାନା ଅନ୍ତର୍ଗତ କାଳୀ ମନ୍ଦିର ରାସ୍ତାରେ ଏହା ହଠାତ ଓଲଟି ପଡିଥିଲା । ଫଳରେ ଟ୍ରକରେ ଥିବା ୮ ଜଣ ବ୍ୟକ୍ତି ଘଟଣାସ୍ଥଳରେ ହିଁ ପ୍ରାଣ ହରାଇଥିଲେ । ଆଉ କିଛି ବ୍ୟକ୍ତି ଆହତ ମଧ୍ୟ ହୋଇଛନ୍ତି । ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

ଯେଉଁମାନେ ମୃତ୍ୟୁବରଣ କରିଛନ୍ତି ସେମାନଙ୍କ ପରିଚୟ ମିଳିପାରି ନାହିଁ । ପୂର୍ଣ୍ଣିଆର ସଦର ଏସଡିପିଓ କହିଛନ୍ତି ଯେ, ତାଙ୍କୁ ଦୁର୍ଘଟଣା ବାବଦରେ ଖବର ମିଳିଥିଲା । ସେ ତୁରନ୍ତ ଘଟଣାସ୍ଥଳରେ ପହଁଚିଥିଲେ । ସେଠାରେ ସ୍ଥାନୀୟ ଲୋକଙ୍କ ସହାୟତାରେ ଉଦ୍ଧାରକାର୍ଯ୍ୟ ଆରମ୍ଭ ହୋଇଥିଲା ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ