ରାଜ୍ୟ ସ୍ପେଶାଲ ରିପୋର୍ଟ ସ୍ୱାସ୍ଥ୍ୟ

ମଙ୍କି ପକ୍ସ ନେଇ ଆଲର୍ଟରେ ସ୍ୱାସ୍ଥ୍ୟ ବିଭାଗ, ବିଶେଷଜ୍ଞ କହିଲେ ସ୍ଥିତି ଉପରେ ରଖାଯାଇଛି ନଜର

ଭୁବନେଶ୍ୱର ୨୧/୦୫: ୟୁରୋପୀୟ ଦେଶରେ ମଙ୍କି ପକ୍ସ ଚିହ୍ନଟ ପରେ ସବୁ ଦେଶରେ ପ୍ରକାଶ ପାଇଛି ତପ୍ତରତା । ବିଶେଷ କରି ଭାରତରେ ଏହାକୁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଜାରି ହୋଇଛି ସ୍ପେଶାଲ ଆଡଭାଇଜରି । ତେବେ ଆଡଭାଇଜରି ଜାରି ପରେ ପ୍ରତିକ୍ରିୟା ରଖିଛନ୍ତି ସ୍ୱାସ୍ଥ୍ୟ ନିର୍ଦେଶକ ବିଜୟ ମହାପାତ୍ର । ସେ କହିଛନ୍ତି କେନ୍ଦ୍ର ସରକାର ସବୁ ରାଜ୍ୟକୁ ଆଡ଼ଭାରଜରି ଜାରି କରିଛନ୍ତି । ଆଲର୍ଟ ରହିବାକୁ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

ଭାରତରେ ମଙ୍କି ପକ୍ସ ଏଯାଏଁ ଚିହ୍ନଟ ହୋଇନାହିଁ । ତେବେ ଯଦି ମଙ୍କି ପକ୍ସ ଭଳି କିଛି ଲକ୍ଷଣ ଜଣାପଡେ, ଯେମିତିକି ଜ୍ୱର ହେବା, ଦେହ ମୁଣ୍ଡ ବଥା ହେବା ଓ ଦେହ ସାରା ଫଳିଯିବା, ଘା ହେବା ତାହା ହେଲେ ପୁନେକୁ ପରୀକ୍ଷା ଲାଗି ସାମ୍ପୁଲ ପଠାଯିବ । ପରେ ତାହା ଜଣାପଡିବ ମଙ୍କି ପକ୍ସ ହୋଇଛି ନା ନାହିଁ । କିନ୍ତୁ ସତର୍କ ରହିବାକୁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ