ରାଜ୍ୟ ସ୍ୱାସ୍ଥ୍ୟ

ମଙ୍ଗଳବାରଠୁ ‘ଘର ଘର ଦସ୍ତକ’ ଟିକାକରଣ କାର୍ଯ୍ୟକ୍ରମ, ଟିକା ନେଇନଥିବା ଲୋକଙ୍କୁ କରାଯିବ ଚିହ୍ନଟ

ଭୁବନେଶ୍ବର ୧।୧୧: ରାଜ୍ୟରେ ମଙ୍ଗଳବାରଠୁ ‘ଘର ଘର ଦସ୍ତକ’ ଟିକାକରଣ କାର୍ଯ୍ୟକ୍ରମ ଆରମ୍ଭ ହେବ ବୋଲି ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ କହିଛନ୍ତି । ସମ୍ମୁଖ ଯୋଦ୍ଧା ତଥା ସ୍ବାସ୍ଥ୍ୟ କର୍ମୀ, ଆଶା କର୍ମୀ, ନର୍ସ, ଏସଏଚଜି ଗ୍ରୁପଙ୍କ ସହଯୋଗରେ ଯେଉଁମାନେ ପ୍ରଥମ ଓ ଦ୍ବିତୀୟ ଡୋଜ୍ ଟିକା ନେଇନାହାନ୍ତି ତାଙ୍କୁ ଚିହ୍ନଟ କରି ତାଲିକା ପ୍ରସ୍ତୁତ କରାଯିବ। ଏହି ମାସ ଶେଷ ସୁଦ୍ଧା ଦ୍ବିତୀୟ ଡୋଜ୍ ଡ୍ୟୁ ହୋଇ ସାରିଥିବା ଲୋକଙ୍କ ଶତ ପ୍ରତିଶତ ଟିକାକରଣ ଦିଆ ଯାଇପାରିବ।

ସେହିପରି ବର୍ତ୍ତମାନ ପର୍ଯ୍ୟନ୍ତ ଟିକା ନେଇ ନଥିବା ଲୋକଙ୍କୁ ନଭେମ୍ବର ମାସରେ ପଥମ ଡୋଜ୍ ଟିକା ନେବାକୁ ପ୍ରବର୍ତ୍ତା ଯିବ । ଏହା ହେଉଛି ‘ଘର ଘର ଦସ୍ତକ’ ଟିକାକରଣ କାର୍ଯ୍ୟକ୍ରମର ମୁଖ୍ୟ ଲକ୍ଷ୍ୟ । ଡିସେମ୍ବର ଶେଷ ସୁଦ୍ଧା ୧୮ ବର୍ଷରୁ ଅଧିକ ସମସ୍ତେ ଯେମିତି ପ୍ରଥମ ଡୋଜ୍ ଟିକା ନେଇ ସାରିବେ ତା ଉପରେ ଧ୍ୟାନ ଦିଆଯାଇଛି । ଏହାକୁ ଦୃଷ୍ଟିରେ ରଖି ଟିକାକରଣ କେନ୍ଦ୍ରକୁ ମଧ୍ୟ ବୃଦ୍ଧି କରାଯାଇଛି । ଏଥିପାଇଁ ବିଭିନ୍ନ ଗ୍ରାମାଞ୍ଚଳରେ ନୂତନ ଟିକାକରଣ କେନ୍ଦ୍ର ଖୋଲାଯାଉଛି ।

ଏବେ ସୁଦ୍ଧା ୨ କୋଟି ୫୭ ଲକ୍ଷ୍ୟ ଲୋକ ପ୍ରଥମ ଡୋଜ୍ ନେଇ ସାରିଲେଣି । ଯାହାକି ସମସ୍ତ ହିତାଧିକାରୀଙ୍କର ୭୯ % । ସେହିପରି ଦ୍ବିତୀୟ ଡୋଜ୍ ୧ କୋଟି ୧୫ ଲକ୍ଷ ନେଇଛନ୍ତି । ଯାହାକି ୩୫% ରହିଛି ବୋଲି ପରିବାର କଲ୍ୟାଣ ନିର୍ଦ୍ଦେଶକ କହିଛନ୍ତି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ