ରାଜ୍ୟ ସ୍ପେଶାଲ ରିପୋର୍ଟ

ମଧୁବାବୁଙ୍କ ଜନ୍ମପୀଠରେ ପାଣ୍ଡିଆନ: ଶ୍ରଦ୍ଧାଞ୍ଜଳି ଦେଲେ, ସଂଗ୍ରହାଳୟ ପରିଦର୍ଶନ କଲେ

ଭୁବନେଶ୍ବର/କଟକ: ଉତ୍କଗୌରବ ମଧୁସୂଦନ ଦାସଙ୍କ ଜନ୍ମ ଦିବସ ଅବସରରେ ୫-ଟି ଅଧକ୍ଷ କାର୍ତ୍ତିକ ପାଣ୍ଡିଆନ ଆଜି ଅପରାହ୍ନରେ ମଧୁବାବୁଙ୍କ ଜନ୍ମପୀଠ ସତ୍ୟଭାମାପୁର ଯାଇ ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଏହାପରେ ସେ ମଧୁ ବାବୁଙ୍କ ଜନ୍ମପୀଠରେ କରାଯାଇଥିବା ସଂଗ୍ରହାଳୟ ପରିଦର୍ଶନ କରିଥିଲେ ଏବଂ ଗ୍ରାମବାସୀଙ୍କ ସହ ମଧୁବାବୁଙ୍କ ମହାନତା ବିଷୟରେ ଆଲୋଚନା କରିଥିଲେ। ମଧୁବାବୁଙ୍କ ଜନ୍ମପୀଠର ବିକାଶ କାମ ଏବଂ ସତ୍ୟଭାମାପୁର ଯୁବସମାଜ ପାଇଁ ଏକ ପ୍ରେରଣା ସ୍ଥଳ ପାଲଟିଥିବାରୁ ସେମାନେ ଶ୍ରୀ ପାଣ୍ଡିଆନଙ୍କୁ ଧନ୍ୟବାଦ ଜଣାଇଥିଲେ। ଉଲ୍ଲେଖ‌ଯୋଗ୍ୟ ଯେ ୫-ଟି ଅଧ୍ୟକ୍ଷ ଗତ ବର୍ଷ ସତ୍ୟଭାମାପୁର ଯାଇଥିଲେ ଏବଂ ପରେ ମୁଖ୍ୟମନ୍ତ୍ରୀ ୫-ଟି ଉପକ୍ରମରେ ୨୩ କୋଟି ଟଙ୍କାର ବ୍ୟୟ ଅଟକଳରେ ମଧୁ ବାବୁଙ୍କ ଜନ୍ମପୀଠ ଓ ସଂଗ୍ରହାଳୟର ବିକାଶ ପ୍ରକଳ୍ପ ମଞ୍ଜୁର କରିଥିଲେ। ଓଡ଼ିଆ ଜାତିର ଏହି ମହାନ ଐତିହ ପୀଠ ଆଜି ସମଗ୍ର ଓଡ଼ିଶାର ଗୌରବ ପାଲଟିଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।