ଦେଶ ବିଦେଶ ସ୍ପେଶାଲ ରିପୋର୍ଟ

ମଧ୍ୟପ୍ରଦେଶରେ କାର୍‌ ଜଳିଗଲା, ନବବିବାହିତ ଦମ୍ପତି ସମେତ ୪ ଜୀବନ୍ତ ଦଗ୍ଧ

ଭୋପାଳ: ମଧ୍ୟପ୍ରଦେଶର ହରଦା ଜିଲ୍ଲାରେ ଆଜି ଏକ କାର୍‌ ଗଛରେ ପିଟିହୋଇ ଜଳି ଯାଇଛି। ଫଳରେ କାର୍‌ରେ ବସିଥିବା ସମସ୍ତ ୪ ଜଣ ସଦସ୍ୟ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ଉକ୍ତ ୪ ଜଣ ହେଉଛନ୍ତି ଗୋଟିଏ ପରିବାରର। ସେମାନଙ୍କ ମଧ୍ୟରେ ଏକ ନବ ବିବାହିତ ଦମ୍ପତି ମଧ୍ୟ ଅଛନ୍ତି।

ପୁଲିସ ଅନୁଯାୟୀ ସେମାନେ ଏକ ବିବାହ ଉତ୍ସବରୁ ଫେରୁଥିବା ବେଳେ ଆଜି ସକାଳେ ଦୁର୍ଘଟଣାର ଶିକାର ହୋଇଥିଲେ। ଦୁର୍ଘଟଣାରେ ପ୍ରାଣ ହାରିଥିବା ଦମ୍ପତି ଗତ ୬ ମାସ ପୂର୍ବେ ବିବାହ କରିଥିଲେ। ପୁଲିସ କହିଛି, ଆଜି ସକାଳେ ସେମାନେ କାର୍‌ ଦୁର୍ଘଟଣା ସଂକ୍ରାନ୍ତରେ ଖବର ପାଇଥିଲେ। ସେମାନେ ଘଟଣାସ୍ଥଳରେ ପହଞ୍ଚିବା ବେଳକୁ କାର୍‌ଟି ସମ୍ପୂର୍ଣ୍ଣ ଭାବେ ଜଳି ଯାଇଥିଲା ଏବଂ କାର୍‌ରେ ଥିବା ୩ ଜଣ ପୁରୁଷ ଏବଂ ଜଣେ ମହିଳା ଜୀବନ୍ତ ଦଗ୍ଧ ହୋଇଯାଇଥିଲେ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ