ଦେଶ ବିଦେଶ ସ୍ପେଶାଲ ରିପୋର୍ଟ

ମଧ୍ୟପ୍ରଦେଶରେ ମର୍ମନ୍ତୁଦ ଦୁର୍ଘଟଣା: ପୋଲ ଉପରୁ ବସ୍‌ ଖସି ୨୨ ମୃତ

ଭୋପାଳ: ମଧ୍ୟପ୍ରଦେଶର ଖରଗୋନ ଜିଲ୍ଲାରେ ଆଜି ଏକ ପୋଲ ଉପରୁ ଯାତ୍ରୀବାହୀ ବସ୍‌ ଖସି ପଡ଼ିବା ଫଳରେ ୨୨ ଜଣଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ୧୦ ଜଣ ମହିଳା ଅଛନ୍ତି। ଅନ୍ୟ ୩୧ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଖରଗୋନ ଏସଡିଓ (ପୁଲିସ) ରାକେଶ ମୋହନ ଶୁକ୍ଳା କହିଛନ୍ତି, ବସ୍‌ଟି ଇନ୍ଦୋରକୁ ଯାଉଥିବା ବେଳେ ବାଟରେ ଏହା ଡୋଙ୍ଗରଗାଓଁ ନିକଟରେ ବୋରଡ଼ ନଦୀ ପୋଲ ଉପରେ ରେଲିଂ ଭାଙ୍ଗି ତଳକୁ ଖସି ପଡ଼ିଥିଲା। ଆହତମାନଙ୍କୁ ଖରଗୋନ ଜିଲ୍ଲା ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ସେମାନଙ୍କ ମଧ୍ୟରୁ ୬ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଥିବା ହସ୍ପିଟାଲ ସୂତ୍ରରୁ ଜଣାପଡ଼ିଛି। ଡ୍ରାଇଭର ଗାଡ଼ି ଚଳାଉଥିବା ବେଳେ ଶୋଇ ପଡ଼ିବାରୁ ଏହି ଦୁର୍ଘଟଣା ହୋଇଥିବା ଜଣାପଡ଼ିଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚିବା ପୂର୍ବରୁ ପ୍ରଥମେ ସ୍ଥାନୀୟ ‌ଲୋକମାନେ ଉଦ୍ଧାର ପ୍ରକ୍ରିୟା ଆରମ୍ଭ କରିଦେଇଥିଲେ। ବରିଷ୍ଠ ପ୍ରଶାସନିକ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ତଦାରଖ କରିଛନ୍ତି। ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ ଉକ୍ତ ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି। ରାଜ୍ୟ ସରକାର ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏଁ କ୍ଷତିପୂରଣ ଘୋଷଣା କରିଛନ୍ତି। ଗୁରୁତର ଆହତଙ୍କୁ ୫୦ ହଜାର ଟଙ୍କା ଏବଂ ସାଧାରଣ ଆହତଙ୍କୁ ୨୫ ହଜାର ଟଙ୍କା କ୍ଷତିପୂରଣ ଘୋଷଣା କରାଯାଇଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ