ଦେଶ ବିଦେଶ ସ୍ପେଶାଲ ରିପୋର୍ଟ

ମହାନଦୀ ଜଳବିବାଦ ଟ୍ରିବ୍ୟୁନାଲର ଅବଧି ୨୦୨୬ ପର୍ଯ୍ୟନ୍ତ ବୃଦ୍ଧି

ନୂଆଦିଲ୍ଲୀ : ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ ମହାନଦୀ ଜଳ ବିବାଦ ସମାଧାନ ପାଇଁ ଗଠିତ ଟ୍ରିବ୍ୟୁନାଲର କାର୍ଯ୍ୟକାଳକୁ ଆଜି କେନ୍ଦ୍ର ସରକାର ଏପ୍ରିଲ ୧୩, ୨୦୨୬ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ଏହା ପୂର୍ବରୁ ତିନି ମାସ ତଳେ ଟ୍ରିବ୍ୟୁନାଲଙ୍କ ଅବଧିକୁ କେନ୍ଦ୍ର ସରକାର ଏପ୍ରିଲ ୧୩, ୨୦୨୪ ପର୍ଯ୍ୟନ୍ତ ବୃଦ୍ଧି କରିଥିଲେ। କେନ୍ଦ୍ର ଜଳଶକ୍ତି, ନଦୀ ବିକାଶ ଓ ଗଙ୍ଗା ପୁନରୁଦ୍ଧାର ମନ୍ତ୍ରାଳୟ ପକ୍ଷରୁ ଏ ସମ୍ପର୍କରେ ଗେଜେଟ୍‌ ବିଜ୍ଞପ୍ତି ପ୍ରକାଶ ପାଇଛି।

ବିଜ୍ଞପ୍ତିରେ କୁହାଯାଇଛି, ଟ୍ରିବ୍ୟୁନାଲଙ୍କ ଦ୍ବାରା ଡିସେମ୍ବର ୧୪, ୨୦୧୯ରେ ପ୍ରଥମ ଶୁଣାଣି ହୋଇଥିଲା ବୋଲି ବିଚାର କରିବାକୁ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରାଯାଇଥିଲା। ଏଥି ସହିତ କରୋନା ମହାମାରୀ କାରଣରୁ ମାର୍ଚ୍ଚ ୨୦୨୦ ରୁ ଜୁନ ୨୦୨୧ ଅବଧିକୁ ଅଣକାର୍ଯ୍ୟକ୍ଷମ ସମୟ ବୋଲି ମଧ୍ୟ ବିଚାର କରିବାକୁ ଟ୍ରିବ୍ୟୁନାଲ ଅନୁରୋଧ କରିଥିଲେ। ଯଦିଓ ୨୦୧୮ ମାର୍ଚ୍ଚ ୧୨ରେ ଟ୍ରିବ୍ୟୁନାଲ ଗଠନ ହୋଇଥିଲା, କେନ୍ଦ୍ର ସରକାର ବିଭିନ୍ନ ଦିଗକୁ ବିଚାର କରି ଟ୍ରିବ୍ୟୁନାଲଙ୍କ ଉଭୟ ଅନୁରୋଧକୁ ଗ୍ରହଣ କରିଥିବା ବିଜ୍ଞପ୍ତିରେ କୁହାଯାଇଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ