ରାଜ୍ୟ ସ୍ପେଶାଲ ରିପୋର୍ଟ

ମହାପ୍ରଭୁଙ୍କ ବନକଲାଗି ନୀତି: ମାର୍ଚ୍ଚ ୧୩ରେ ୩ ଘଣ୍ଟା ପାଇଁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ: ଫାଲଗୁନ ଶୁକ୍ଳ ଚତୁର୍ଥୀ ତିଥିରେ ବୁଧବାର ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ଵିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ୬ଟାରୁ ରାତ୍ର ୯ଟା ପର୍ଯ୍ୟନ୍ତ ୩ ଘଣ୍ଟା ପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ବନକଲାଗି ନୀତି ଅତ୍ୟନ୍ତ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ଚତୁର୍ଦ୍ଧା ମୂରତିଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ। କିନ୍ତୁ ପାର୍ଶ୍ଵ ଦେବାଦେବୀଙ୍କୁ ଦର୍ଶନର ସୌଭାଗ୍ୟ ପାଇବେ ଭକ୍ତ ଶ୍ରଦ୍ଧାଳୁ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ-ବିଜୟ ଦ୍ୱାର ବନ୍ଦ ରଖାଯାଇଥାଏ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିଥାନ୍ତି। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି। ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିଥାନ୍ତି। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଯେତିକି ସମୟ ଏହି ନୀତି ଚାଲେ ସେହି ସମୟରେ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ ରୁହେ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।