କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ମହାପ୍ରଭୁଙ୍କ ମହାପ୍ରସାଦକୁ ଅପମାନ, ଜୋତା ପିନ୍ଧି ଅବଢ଼ା ଖାଉଥିବା ପୁଲିସ୍‌ କର୍ମଚାରୀଙ୍କ ନାମରେ ଏତଲା

ପୁରୀ: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମହାପ୍ରସାଦ ପ୍ରତି ଅବମାନନା ଅଭିଯୋଗ ହୋଇଛି । ଦୁଇ ଜଣ ପୁଲିସ କର୍ମଚାରୀ ଏକ ବେଂଚ ଉପରେ ବସି ଜୋତା ପିନ୍ଧି ମହାପ୍ରସାଦ ଖାଉଥିବାର ଦୃଶ୍ୟ ନିିକଟରେ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଏହାକୁ ନେଇ ବିଭିନ୍ନ ମହଲରେ ନିନ୍ଦା ହେଉଛି । ଶ୍ରୀଜଗନ୍ନାଥ ଭକ୍ତ ପରିଷଦ ପକ୍ଷରୁ ଏହାକୁ ନିନ୍ଦା କରାଯାଇ ସିଂହଦ୍ୱାର ଥାନାରେ ଦୁଇ ଜଣ ପୁଲିସ କର୍ମଚାରୀଙ୍କ ବିରୋଧରେ ଏତଲା ଦିଆଯାଇଛି ।

ସୂଚନା ଅନୁସାରେ ଗତ ରଥଯାତ୍ରା ସମୟରେ ମଧ୍ୟ କିଛି ପୁଲିସ କର୍ମଚାରୀ ଗୁଣ୍ଡିଚା ମନ୍ଦିରରେ ଏଭଳି ମହାପ୍ରସାଦ ସେବନ କରୁଥିବାର ଦୃଶ୍ୟ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା । କିନ୍ତୁ ସେମାନଙ୍କ ବିରୋଧରେ ଏ ଯାଏ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ନାହିଁ । ଯଦି ବର୍ତ୍ତମାନର ଘଟଣା ସମ୍ପର୍କରେ ସାତ ଦିନ ମଧ୍ୟରେ କାର୍ଯ୍ୟାନୁଷ୍ଠାନ ନିଆ ନଯାଏ ତେବେ ଏସପି ଅଫିସ ଆଗରେ ଧାରଣା ଦେବାକୁ ଚେତାବନୀ ଦେଇଛି ଶ୍ରୀଜଗନ୍ନାଥ ଭକ୍ତ ପରିଷଦ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
କଳା ଓ ସଂସ୍କୃତି

ରୁଦ୍ରାକ୍ଷ ଧାରଣ କରିବା ପୂର୍ବରୁ ଜାଣନ୍ତୁ ଏହାର ଧାର୍ମିକ ମହତ୍ୱ

ରୁଦ୍ରାକ୍ଷ ଏକମାତ୍ର ଏମିତି ଫଳ ଯାହାର ଧର୍ମ, କର୍ମ, ଅର୍ଥ ଏବଂ ମୋକ୍ଷ ପ୍ରଦାନ କରିବାରେ ମହତ୍ଵପୁର୍ଣ ଭୂମିକା ରହିଛି | ଶିବ ପୁରାଣ, ପଦ୍ମା ପୁରାଣ,