ଧର୍ମ ରାଜ୍ୟ ସ୍ପେଶାଲ ରିପୋର୍ଟ

ମହାପ୍ରଭୁଙ୍କ ସ୍ନାନଯାତ୍ରା ଓ ରଥଯାତ୍ରା ନୀତି ନିର୍ଘଣ୍ଟ: ଭୋର ୪ଟାରୁ ପହଣ୍ଡି, ୧୨ଟା ୧୫ରେ ଛେରା ପହଁରା

ପୁରୀ, ୨୫/୦୫: ମହାପ୍ରଭୁଙ୍କ ସ୍ନାନଯାତ୍ରା ଓ ରଥଯାତ୍ରା ପାଇଁ ନୀତି ନିର୍ଘଣ୍ଟ ହୋଇଛି । ଆସନ୍ତା ୧୪ରେ ଶ୍ରୀଜିଉଙ୍କ ସ୍ନାନଯାତ୍ରା ଅନୁଷ୍ଠତ ହେବ । ମଙ୍ଗଳାର୍ପଣ, ଡୋର ଲାଗି ଓ ପୁଷ୍ପାଞ୍ଜଳି ପରେ ପହଣ୍ଡି କରାଯିବ । ଭୋର ୪ଟାରୁ ପହଣ୍ଡି ଆରମ୍ଭ ହେବ ଏବଂ ୬ଟାରେ ଶେଷ ହେବ । ସକାଳ ୯ଟା୩୦ରୁ ୧୧ଟା୩୦ ମଧ୍ୟରେ ଜଳ ବିଜେ ଓ ପୂଜା କରାଯିବ ।

ସେହିପରି ୧୨ଟା ୧୫ରେ ଛେରା ପହଁରା ଏବଂ ୧୨ଟା ୩୦ରୁ ୨ଟା ୩୦ ମଧ୍ୟରେ ହାତୀ ବେଶ ସରିବ । ସକାଳେ ପରମାଣିକ ଟିକେଟ ଦର୍ଶନ ହେବ । ସ୍ନାନମଣ୍ଡପରେ ୩ ଘଣ୍ଟା ଧରି ମହାପ୍ରଭୁଙ୍କୁ ଦର୍ଶନ ସୁଯୋଗ ମିଳିବ । ଶ୍ରୀଜିଉଙ୍କୁ ସ୍ପର୍ଶ କରିପାରିବେନି ଭକ୍ତ । ସନ୍ଧ୍ୟା ୬ଟାରୁ ରାତି ୯ଟା ୩୦ ଯାଏ ସର୍ବସାଧାରଣ ଦର୍ଶନ କରିପାରିବେ । ରାତି ୧୦ଟାରେ ବାହୁଡା ପହଣ୍ଡି ଅନୁଷ୍ଠିତ ହେବ ଏବଂ ରାତି ୧ଟା ୩୦ରେ ସୁନା ଚିତା ଓ ରାହୁରେଖା ମଇଲମ ନୀତି ଅନୁଷ୍ଠିତ ହେବ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
ଧର୍ମ

ଆଜିଠୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର

ନୂଆଦିଲ୍ଲୀ : ଆଜିଠାରୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର। ମହାମାରୀ କରୋନା ପାଇଁ ପ୍ରାୟ ୭ ମାସରୁ ଅଧିକ ଦିନ