କଳା ଓ ସଂସ୍କୃତି ରାଜ୍ୟ

ମହା ସରସ୍ଵତୀ ବେଶରେ ଦର୍ଶନ ଦେଉଛନ୍ତି ମା’ ଭଦ୍ରକାଳୀ

ଭଦ୍ରକ ୯।୧୧: ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀଙ୍କ ଷଷ୍ଠ ଦିନ ପୂଜାରେ ମହା ସରସ୍ଵତୀ ବେଶରେ ଦର୍ଶନ ଦେଉଛନ୍ତି ଶ୍ରଦ୍ଧାଳୁ । ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ମା’ ଭଦ୍ରକାଳୀଙ୍କ ପୀଠ । ସକାଳ ସମୟରେ ପହଡ଼ ଖୋଲିବା ପରେ ମା’ଙ୍କର ସକାଳ ରୀତିନୀତି ଅନୁଯାୟୀ ପୂଜା ଶେଷ ହେବା ପରେ ମା’ ମହାସରସ୍ଵତୀ ବେଶ ଧାରଣ କରି ଭକ୍ତମାନଙ୍କୁ ଦର୍ଶନ ଦେଇଛନ୍ତି ।

ସେହିପରି ମା’ ଭଦ୍ରକାଳୀ ବୁଧବାର ସପ୍ତମ ଦିବସ ତଥା ଶେଷ ଦିନରେ ଶ୍ରଦ୍ଧାଳୁଙ୍କୁ ମହାଲକ୍ଷ୍ମୀ ବେଶରେ ଦର୍ଶନ ଦେବେ ଭକ୍ତଙ୍କୁ । ସାତ ଦିନରେ ସପ୍ତମାତୃକା ବେଶରେ ଦର୍ଶନ ଦେଉଛନ୍ତି ମା’ ଭଦ୍ରକାଳୀ । ମା’ଙ୍କୁ ମହା ସରସ୍ଵତୀ ବେଶରେ ଦର୍ଶନ କଲେ ଜ୍ଞାନ ପ୍ରାପ୍ତି ହୋଇଥାଏ । ପରିବାରର ମଙ୍ଗଳ ହେବା ସହ ସମସ୍ତ ମନୋସ୍କାମନା ପୂରଣ ହୋଇଥାଏ ବୋଲି ବିଶ୍ବାସ ରହିଛି । ଚଳିତ ବର୍ଷ କୋଭିଡ୍ କଟକଣା ଯୋଗୁଁ ଭକ୍ତଶୂନ୍ୟ ହୋଇଛି ଭଦ୍ରକାଳୀ ପୀଠ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
କଳା ଓ ସଂସ୍କୃତି

ରୁଦ୍ରାକ୍ଷ ଧାରଣ କରିବା ପୂର୍ବରୁ ଜାଣନ୍ତୁ ଏହାର ଧାର୍ମିକ ମହତ୍ୱ

ରୁଦ୍ରାକ୍ଷ ଏକମାତ୍ର ଏମିତି ଫଳ ଯାହାର ଧର୍ମ, କର୍ମ, ଅର୍ଥ ଏବଂ ମୋକ୍ଷ ପ୍ରଦାନ କରିବାରେ ମହତ୍ଵପୁର୍ଣ ଭୂମିକା ରହିଛି | ଶିବ ପୁରାଣ, ପଦ୍ମା ପୁରାଣ,