ରାଜ୍ୟ ସ୍ପେଶାଲ ରିପୋର୍ଟ

ମାଉସୀମା’ଙ୍କ ପୋଡ଼ପିଠା ଖାଇଲେ ମହାପ୍ରଭୁ

ପୁରୀ : ବାହୁଡ଼ା ଯାତ୍ରାରେ ଶ୍ରୀମନ୍ଦିର ଫେରିବା ବେଳେ ମାଉସୀ ମା’ଙ୍କ ହାତରେ ପ୍ରସ୍ତୁତ ପୋଡପିଠା ଖାଇଛନ୍ତି ମହାପ୍ରଭୁ। ଏଥିପାଇଁ ବଳଗଣ୍ଡି ଛକ ମାଉସୀ ମା’ଙ୍କ ମନ୍ଦିରଠାରେ ଅଟକିଥିଲା ମହାପ୍ରଭୁଙ୍କ ନନ୍ଦିଘୋଷ ରଥ। ମାଉସୀ ମା’ଙ୍କ ହାତରୁ ପୋଡ଼ପିଠା ଖାଇବା ପରେ ପୁନର୍ବାର ମହାପ୍ରଭୁ ଶ୍ରୀମନ୍ଦିରକୁ ବାହୁଡ଼ିଛନ୍ତି। ମହାପ୍ରଭୁଙ୍କ ସହ ବଡ଼ଠାକୁର ଶ୍ରୀବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କୁ ବି ପୋଡ଼ପିଠା ସମର୍ପଣ କରାଯାଇଛି। ଚଳିତବର୍ଷ ଶ୍ରୀମନ୍ଦିର ପ୍ରଶାସନ ଚିଠିକ୍ରମେ ମାଉସୀ ମା’ଙ୍କ ମନ୍ଦିର ପୂଜକ ଭାବେ ବିଶ୍ବନାଥ ମିଶ୍ର ମହାପ୍ରଭୁଙ୍କୁ ପୋଡ଼ପିଠା ସମର୍ପଣ କରିଛନ୍ତି। ପୂଜାପଣ୍ଡା ସେବକମାନେ ରଥ ଆଗରେ ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହି ପୋଡ଼ପିଠା ସମର୍ପଣ କରିଛନ୍ତି। ସେପଟେ ପୂର୍ବବର୍ଷ ଭଳି ମନୋରଂଜନ ମିଶ୍ର ମାଉସୀ ମା’ ମନ୍ଦିର କଡ଼ ଗଳିରେ ଛିଡ଼ା ହୋଇ ପୋଡ଼ପିଠା ସମର୍ପଣ କରିଛନ୍ତି।

ସୂଚନାଯୋଗ୍ୟ, ଛେନା, ଅଟା, ଚିନି, ପିସ୍ତା ବାଦାମ, ଅଳେଇଚ, ଲବଙ୍ଗ, ଦେଶୀ ଘିଅ ଆଦି ଚକଟାରେ ପୋଡ଼ପିଠା ପ୍ରସ୍ତୁତ ହୋଇଥାଏ। ଉପରୋକ୍ତ ମିଶ୍ରଣର ଚକଟାକୁ ବାମ୍ପରେ ପ୍ରାୟ ୮ ଘଣ୍ଟା ସିଝାଇବା ପରେ ଏହାକୁ ଖଣ୍ଡ ଖଣ୍ଡ କରି ଘିଅରେ ଛାଣି ମାଟି ହାଣ୍ଡିରେ ମହାପ୍ରଭୁଙ୍କୁ ସମର୍ପଣ କରାଯାଇଥାଏ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।