ଧର୍ମ ରାଜ୍ୟ ସ୍ପେଶାଲ ରିପୋର୍ଟ

ମାଘ ମେଳା କଟକଣା : ଚନ୍ଦ୍ରଭାଗାରେ ପଡିବନି ବୁଡ, ସର୍ବସାଧାରଣ ପ୍ରବେଶ ମନା

ପୁରୀ ୦୫/୦୨: କରୋନା କଟକଣାକୁ ଦୃଷ୍ଟିରେ ରଖି ଚନ୍ଦ୍ରଭାଗା ମେଳାରେ ଶ୍ରଦ୍ଧାଳୁ ମାନଙ୍କ ପ୍ରବେଶ ଉପରେ ପ୍ରଶାସନ ପକ୍ଷରୁ କଟକଣା ଜାରି କରାଯାଇଛି । କୋଣାର୍କ ଥାନା ଅନ୍ତର୍ଗତ ଚନ୍ଦ୍ରଭାଗା ମେଳା ପଡିଆ, ତୀର୍ଥ ପୁଷ୍କରିଣୀ, ନବଗ୍ରହ ମନ୍ଦିରରେ ସର୍ବସାଧାରଣ ପ୍ରବେଶ ଉପରେ କଟକଣା ଜାରି କରାଯାଇଛି ।

ଆସନ୍ତା ୬ ତାରିଖ ଅପରାହ୍ନ ୪ ଘଟିକା ଠାରୁ ୭ ତାରିଖ ସକାଳ ୯ ଘଟିକା ତଥା ନୀତିକାନ୍ତି ସମ୍ପର୍ଣ୍ଣ ହେବା ପର୍ଯ୍ୟନ୍ତ ଏହି କଟକଣା ବଳବତ୍ତର ରହିବ । ଚନ୍ଦ୍ରଭାଗାରେ ବୁଡ ପକାଇବା ନିମନ୍ତେ ଭିଡ ହେବା ସହ ସାମାଜିକ ଦୂରତ୍ୱ ରକ୍ଷା ନିୟମ ଉଲଂଘନ ଏବଂ କରୋନା ବ୍ୟାପିବାର ଆଶଙ୍କା ଥିବାରୁ ପ୍ରଶାସନ ପକ୍ଷରୁ ଏଭଳି କଟକଣା ଜାରି କରାଯାଇଛି ।

ଏହି ସମୟ ମଧ୍ୟରେ ନୀତିକାନ୍ତି ସହ ଜଡିତ ସେବାୟତ, ଦାୟିତ୍ବରେ ଥିବା ସରକାରୀ ଅଧିକାରୀ, ସ୍ଥାନୀୟ ଗଣାମଧ୍ୟମ ପ୍ରତିନିଧି ଏବଂ ସ୍ୱୀକୃତିପ୍ରାପ୍ତ ବ୍ୟକ୍ତିବିଶେଷଙ୍କ ପ୍ରବେଶ ପାଇଁ ଅନୁମତି ରହିଛି । ଉପ ଜିଲ୍ଲାପାଳ ଭବତାରଣ ସାହୁ ଏ ସଂକ୍ରାନ୍ତୀୟ ନିର୍ଦ୍ଦେଶନାମା ଜାରି କରିଛନ୍ତି । ଉକ୍ତ ନିର୍ଦ୍ଦେଶନାମାର ଏହି କଟକଣାକୁ କଡାକଡି ଭାବେ ପାଳନ ନିମନ୍ତେ ସଂପୃକ୍ତ ଥାନା ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
ଧର୍ମ

ଆଜିଠୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର

ନୂଆଦିଲ୍ଲୀ : ଆଜିଠାରୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର। ମହାମାରୀ କରୋନା ପାଇଁ ପ୍ରାୟ ୭ ମାସରୁ ଅଧିକ ଦିନ